/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଧ୍ୟାନ ଜପ ଦ୍ବାରା ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ଅଫିସରେ ସମସ୍ତଙ୍କ ସହିତ ତାଳମେଳ ବଜାୟ ରହିବ। ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ପୂର୍ବ କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ନୂଆ ଜାଗାକୁ ଯିବା ପାଇଁ ଯୋଜନା କରିବେ। କିଛି ଲୋକଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ସାମାଜିକ କ୍ଷେତ୍ରରେ ଆପଣଙ୍କର ସକ୍ରିୟତା ବଢ଼ିପାରେ। କାରବାର ବୃଦ୍ଧି ଲାଗି ଆପଣଙ୍କୁ ଭଲ ପରାମର୍ଶ ମିଳିବ। ଛାତ୍ର ଶୁଭ ଖବର ପାଇବେ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ସରକାରୀ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କର ପ୍ରୋତ୍ସାହନ ମିଳିପାରେ। ଲୁଗା ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ଜୀବନରେ ନୂଆ ପ୍ରେମ ସମ୍ପର୍କ ଆରମ୍ଭ ହୋଇପାରେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ସଂପର୍କୀୟଙ୍କ ସହିତ କଥାବାର୍ତ୍ତା ବେଳେ ନୂଆ କାମର ସନ୍ଧାନ ମିଳିପାରେ। ଅଳଙ୍କାର ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଛାତ୍ରଛାତ୍ରୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ପାଇବେ। କୌଣସି ସଂପର୍କୀୟ ଆପଣଙ୍କୁ ଧାର ମାଗି ପାରନ୍ତି। ଘରେ ଖୁସିର ମାହୋଲ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଚାକିରିରେ ବଡ଼ ସୁଯୋଗ ମିଳିବା ଯୋଗୁଁ ଧନଲାଭ ହେବ। ଭବିଷ୍ୟତ ଲାଗି ଯୋଜନା ତିଆରି କରିବେ। ଘରକୁ ବନ୍ଧୁ ଆସିବା ହେତୁ ଖୁସିର ପରିବେଶ ହେବ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: କାର୍ଯ୍ୟକ୍ଷେତ୍ରରେ ମନପ୍ରାଣ ଢାଳି କାମ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାର ସମ୍ବନ୍ଧରେ ମହତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଚାକିରି ବୃତ୍ତିରେ ଆହ୍ବାନ ଦେଖାଦେବ। ଭାଗ୍ୟର ପୂରା ସହଯୋଗ ପାଇବେ। ବିଦେଶରେ ଥିବା ସଂପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ। ପରିବାର ସଦସ୍ୟଙ୍କ ମଧ୍ୟରେ ବିଶ୍ବାସ ବଢ଼ିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବ୍ୟବସାୟରେ ସଂପୂର୍ଣ୍ଣ ହେବାକୁ ଯାଉଥିବା କାମରେ ବାଧା ଉପୁଜିବ। ବାପାଙ୍କ ପ୍ରଦର୍ଶିତ ମାର୍ଗରେ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। କଲେଜ ଜୀବନର ସାଙ୍ଗ ସହିତ ଦେଖା ହେବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଶୁଭ ଗ୍ରହ ଚଳନ ଯୋଗୁଁ ଆପଣଙ୍କ ଭାବନାରେ ପରିବର୍ତ୍ତନ ଆସିବ। ଯାହା ବି ନିଷ୍ପତ୍ତି ନେବେ ଆପଣଙ୍କ ଲାଗି ଲାଭପ୍ରଦ ରହିବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ।
ମୀନ: ଆପଣଙ୍କ ରଚନାତ୍ମକ କାର୍ଯ୍ୟ ଆପଣଙ୍କୁ ଆଗକୁ ବଢ଼ାଇବାରେ ସହାୟକ ହେବ। ଘରୋଇ ସଂସ୍ଥାରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)