ଆପଣ ଦିନକୁ କେତେ ଥର ଚା’ ପିଉଛନ୍ତି? ସମୟ ଥାଉ ଥାଉ ହୁଅନ୍ତୁ ସାବଧାନ!

Advertisment
ଆପଣ ଦିନକୁ କେତେ ଥର ଚା’ ପିଉଛନ୍ତି? ସମୟ ଥାଉ ଥାଉ ହୁଅନ୍ତୁ ସାବଧାନ!

www.google.com

ଚା’ ହେଉଛି ଏମିତି ଏକ ଜିନିଷ ଯାହାର ସାହାଯ୍ୟରେ ଅନେକଙ୍କ ଘରେ ସକାଳ ଆରମ୍ଭ ହୁଏ । ଏମିତି କିଛି ଘର ଅଛି ଯେଉଁଠି ବିନା ଚା’ ରେ ଜଳଖିଆ ହୋଇଥାଏ ନଥାଏ। ଆପଣ ଦେଖିଥିବେ କିଛି ଲୋକ ଚା’ ପିଇବାରେ ଏତେ ଅଭ୍ୟସ୍ତ ହୋଇଯାଇଥାନ୍ତି ଯେ, ଦିନରେ ଅନେକ ଥର ଏହାକୁ ପିଇଥାନ୍ତି । ଅନେକ ଲୋକ ବେଡ୍ ଟି ବିନା ଶେଯରୁ ଉଠନ୍ତି ନାହିଁ । ମାତ୍ର ଜାଣରଖନ୍ତୁ ଯେ ବେଡ୍ ଟି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ। ଚା’ ରେ ଅନେକ ପ୍ରକାରର ଏସିଡ୍ ଥାଏ। ଖାଲି ପେଟରେ ଚା’ ପିଇ ଆପଣ ନିଜ ପେଟର ସିଧାସଳଖ କ୍ଷତି ପହଁଚାଉଛନ୍ତି। ଏହାଦ୍ୱାରା ଅଲସର ବା ଗ୍ୟାସ୍ ଭଳି ସମସ୍ୟା ବଢ଼ିବାର ସମ୍ଭାବନା ରହିଥାଏ। ଏବେ ଆସନ୍ତୁ ଜାଣିବା ବେଡ୍ ଟି ଦ୍ୱାରା କଣ ସବୁ ସ୍ୱାସ୍ଥ୍ୟଗତ ଅସୁବିଧା ଦେଖାଦିଏ।

ଯଦି ଆପଣ ସେହି ଲୋକଙ୍କ ମଧ୍ୟରୁ ଜଣେ , ତାହେଲେ ଖାଲି ପେଟରେ କ୍ଷୀର ଚା’ ପିଅନ୍ତୁ ନାହିଁ। ଖାଲି ପେଟରେ ଅଧିକ କ୍ଷୀର ମିଶା ଚା’ ପିଇବା ଦ୍ୱାରା କ୍ଲାନ୍ତ ଅନୁଭବ ହୁଏ । ଆଉ ଗୋଟେ କଥା ହେଲା ଚା’ରେ କ୍ଷୀର ମିଶାଇବା ଦ୍ୱାରା ଆଣ୍ଟିଅକ୍ସିଡେଂଟର ପ୍ରଭାବ କମିଯାଇଥାଏ ।

ଯଦି ଆପଣ ଏହା ବି ଭାବୁଛନ୍ତି ଯେ ଆପଣ ଚା’ ଖାଇବା ପରେ ପିଉଛନ୍ତି , ତଥାପି ଆପଣ ସମସ୍ୟାରୁ ବାହାର ନୁହଁନ୍ତି । ଆମେ ସମସ୍ତେ ଜାଣନ୍ତି ଯେ ଚା’ ରେ ଟେଟିନ୍ ଥାଏ । ଯାହା ଆହାରରେ ଥିବା ଆୟରନ୍ ସହ ପ୍ରଭାବ ପକାଇଥାଏ । ଏଥିପାଇଁ ଖାଇବା ପରେ ଚା’ ପିଇବା ଦ୍ୱାରା ପୋଷକ ତତ୍ୱ ନଷ୍ଟ ହୋଇଥାଏ।

ଯଦି ଆପଣ ଦିନରେ ୪ରୁ ୫ଥର ଚା’ ପିଉଥାନ୍ତି , ତ ନିଜର ଏହି ଅଭ୍ୟାସକୁ ପରିତ୍ୟାଗ କରନ୍ତୁ । ବହୁତ ଅଧିକ ଗରମ ଚା’ ପିଇବାର ଅଭ୍ୟାସ ମଧ୍ୟ ଭଲ ନୁହେଁ । ଏହାଦ୍ୱାରା ଖାଦ୍ୟ ନଳୀରେ କର୍କଟ ହେବାର ସମସ୍ୟା ବଢିଯାଇଥାଏ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe