ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ହର୍ଷଉଲ୍ଲାସ ଭରା ରହିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ରଚନାତ୍ମକ କାର୍ଯ୍ୟରୁ ପ୍ରତିଫଳ ମିଳିବ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ। ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର।

 

ବୃଷ: ବେପାରରେ ଉନ୍ନତି ପାଇଁ ଭଲ ଦିନଟିଏ। ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ପ୍ରଶଂସା ହେବ। ଆର୍ଥିକ ସ୍ଥିତି ସୁଧୁରିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

 

ମିଥୁନ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ। ଅଫିସ୍‌ରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷ ଭଲ ପ୍ରଦର୍ଶନ କରିବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ ତାରିଣୀ।

 

କର୍କଟ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଯାହା ବି କାମ କରିବେ, ଆପଣଙ୍କୁ ସଫଳତା ମିଳିବ। ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଚାକିରି ମିଳିଯିବ। ଜୀବନସାଥୀଙ୍କୁ ଖୁସି କରାଇବା ପାଇଁ ତାଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିବେ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ଆଖଣ୍ଡଳମଣି।

 

ସିଂହ: ଆପଣଙ୍କ ବିଚାର ସକାରାତ୍ମକ ରହିବ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ବଡ଼ କାମ ଅର୍ପଣ କରିବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ମହିଳାଙ୍କୁ ଆଜି ଜୀବନସାଥୀଙ୍କ ଠାରୁ ଉପହାର ମିଳିପାରେ। ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

କନ୍ୟା: ଭଲ ଫଳାଫଳ ମିଳିବା ଯୋଗ ରହିଛି। ଏକାଗ୍ରତା ସହିତ କାମ କରନ୍ତୁ; ଉନ୍ନତି ହେବ। ବଜାରରେ ଅଟକିଥିବା ପଇସା ମିଳିବ। ପରିବାରରେ କୌଣସି ନୂଆ ଦାୟିତ୍ଵ ମିଳିପାରେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଲକ୍ଷ୍ମୀ।

 

 ତୁଳା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ଆପଣଙ୍କ ବ୍ୟବହାର ଲାଗି ସମସ୍ତଙ୍କ ପ୍ରିୟ ହୋଇ ପାରିବେ। ଯାହା ବି କାମ କରିବେ, ଅଳ୍ପ ସମୟରେ ପୂରା କରିବେ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।

 

 

ବିଛା: ଆପଣ ଖୁସ୍‌ ମିଜାଜରେ ରହିବେ। ଜୀବନସାଥୀ ଓ ବନ୍ଧୁମାନଙ୍କ ସହିତ ହାସ୍ୟକୌତୁକ କରିବେ। ବଜେଟ୍‌କୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ। ବ୍ୟବସାୟରେ ଗତିବିଧି ପରିବର୍ତ୍ତନ ହେବ। ଜୀବନସାଥୀଙ୍କ ଖୁସି ଲାଗି ଆପଣଙ୍କୁ ଧ୍ୟାନ ଦେବାକୁ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଧବଳେଶ୍ୱର।

 

ଧନୁ: ଜୀବନସାଥୀଙ୍କ ଠାରୁ ମହତ୍ତ୍ଵପୂର୍ଣ୍ଣ ପରାମର୍ଶ ପାଇବେ। ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ। ବ୍ୟବସାୟରେ ତ୍ୱରିତ ଫଇସଲା ଲାଭପ୍ରଦ ହେବ। ବଜାରରେ ଅଟକିଥିବା ପଇସା ମିଳିପାରେ। ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେନାହିଁ। ଡାକ୍ତରଙ୍କ ଖ୍ୟାତି ସୁଦୂରପ୍ରସାରୀ ହେବ। ବ୍ୟବସାୟରେ ପରିବାରର ସହଯୋଗ ମିଳିବ। ଛାତ୍ର ନିଜର ଗୁରୁଜନଙ୍କ ଠାରୁ ମାର୍ଗ ଦର୍ଶନ ନିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

 

କୁମ୍ଭ: ଈଶ୍ୱରଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ବ୍ୟବସାୟରେ ଧନଲାଭ ଯୋଗ ରହିଛି। ଚାକିରିରେ ଉନ୍ନତି ହେବ। ପରିବାର ସମ୍ବନ୍ଧରେ କୌଣସି କାମ ପୂରା ହୋଇଯିବ। ପ୍ରେମ ଆଳାପ ପାଇଁ ଦିନଟି ଭଲ। ଶୁଭରଙ୍ଗ: ବାଇଗଣୀ। ଆରାଧନା: ମାଆ ବିରଜା।

 


ମୀନ: ଆତ୍ମସମୀକ୍ଷାରେ ସମୟ ବିତିବ। ଆପଣଙ୍କ ସହିତ ପ୍ରତାରଣା କରିଥିବା ବ୍ୟକ୍ତିଙ୍କୁ କ୍ଷମା କରି ଦିଅନ୍ତୁ। ଅଫିସ୍‌ରେ କୌଣସି କଥାକୁ ନେଇ କର୍ତ୍ତୃପକ୍ଷଙ୍କ ସହିତ ମତଭେଦ ହୋଇପାରେ। କୌଣସି ଶୁଭ କାର୍ଯ୍ୟରେ ଧନ ଖର୍ଚ୍ଚ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ନାରାୟଣୀ।

ସମ୍ବନ୍ଧିତ ଖବର