ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ବୈବାହିକ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

 

ବୃଷ: ଆପଣଙ୍କୁ କୌଣସି ଶୁଭ ସୂଚନା ମିଳିବ। ନୂଆ ଯୋଜନା ପ୍ରସ୍ତୁତ କରିବେ। କାନୁନ ବିବାଦ ଆଜି ସମାପ୍ତ ହୋଇପାରେ। ବ୍ୟବସାୟରେ ତୁରନ୍ତ ଫଇସଲା ଲାଭପ୍ରଦ ହେବ। ଜୀବନସାଥୀଙ୍କ ସ୍ୱଭାବରେ ନୂତନତ୍ଵ ଦେଖିବାକୁ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।

 

ମିଥୁନ: କାମରେ ସକାରାତ୍ମକ ଭାବନା ରଖନ୍ତୁ, ଆପଣଙ୍କୁ ଯଥେଷ୍ଟ ଲାଭ ହେବ। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ସମାଜିକ କ୍ଷେତ୍ରରେ ଯଶ ମିଳିବ। ନୂଆ ବ୍ୟବସାୟରେ ନିବେଶ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

 


କର୍କଟ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ଯାହା ବି କାମ କରିବେ ଆପଣଙ୍କୁ ସଫଳତା ମିଳିବ। ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ହରିଶଙ୍କର।

 

ସିଂହ: ପ୍ରଭାବଶାଳୀ ଲୋକଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ପ୍ରତିଟି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ପତି-ପତ୍ନୀଙ୍କ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

 

କନ୍ୟା: କାମରେ ଆପଣଙ୍କର ଆତ୍ମବିଶ୍ୱାସର ଝଲକ ଦେଖାଦେବ। ମୁସ୍କିଲ ପ୍ରଶ୍ନର ସମାଧାନ ବାହାର କରିନେବେ। ବଜାରରେ ଅଟକିଥିବା ପଇସା ମିଳିପାରେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

 

 ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଆପଣଙ୍କର କୌଣସି କାମ ବାଧାପ୍ରାପ୍ତ ହେବନାହିଁ। ଆଗକୁ ବଢ଼ିବାରେ ରାସ୍ତା ଖୋଲିବ। ରାଜନୀତିରେ ସଫଳତା ମିଳିବ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମାଣିକେଶ୍ୱରୀ।

 

 

ବିଛା: ଇଚ୍ଛାଶକ୍ତି ଆପଣଙ୍କୁ କିଛି ମାତ୍ରାରେ ଅଶାନ୍ତି କରିପାରେ। ବିରୋଧୀଙ୍କ ପ୍ରତି ସାବଧାନ ରହନ୍ତୁ। କାରବାରରେ ଲାଭର ସ୍ଥିତି ହ୍ରାସ ହୋଇପାରେ। ଖର୍ଚ୍ଚ ଅଧିକ ହେତୁ ପରିବାରରେ ଆପଣଙ୍କର ଆଲୋଚନା ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କୀଚକେଶ୍ୱରୀ।

 

ଧନୁ: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। ପୁରୁଣା ବିବାଦରୁ ଆପଣଙ୍କୁ ମୁକ୍ତି ମିଳିବ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନ ପ୍ରତିଷ୍ଠା ବଢ଼ିବ। ଯୁବତୀମାନେ ନିଜର ପ୍ରିୟବନ୍ଧୁଙ୍କ ସହିତ ଗପସପରେ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

 

ମକର: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ନୂଆ କାର୍ଯ୍ୟକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ପ୍ରେମୀଜନଙ୍କ ଠାରୁ ସୁଖ ଓ ସନ୍ତୋଷ ମିଳିବ। କାନୁନ ବିବାଦ ସମାପ୍ତ କରିବାରେ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

 

କୁମ୍ଭ: ପୂଜାର୍ଚ୍ଚନାରେ ଅଧିକ ଏକାଗ୍ରତା ଅନୁଭବ କରିବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। ଶିକ୍ଷକଙ୍କ ପୂରା ସହଯୋଗ ଆପଣଙ୍କୁ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

ମୀନ: ଆପଣଙ୍କ ଉଦାର ସ୍ୱଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ସମାରୋହରେ ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଆଗକୁ ବଢ଼ିବା ପାଇଁ ନୂଆ ଅବସର ନଜରକୁ ଆସିବ। ଖର୍ଚ୍ଚ ବଢ଼ିପାରେ। ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଶାରଳା।

ସମ୍ବନ୍ଧିତ ଖବର