ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ। ଯୌଥ କାରବାରରୁ ଉତ୍ତମ ଫଳ ମିଳିବ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷ ସମ୍ମାନିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

ବୃଷ: ବ୍ୟବସାୟରେ ନୂଆ ଦିଶା ମିଳିବ। ନୂଆ ସାଥୀଙ୍କ ସହିତ ରହି ପୁରୁଣା ସାଥୀଙ୍କୁ ଅଣଦେଖା କଲେ ଅସୁବିଧାରେ ପଡ଼ିଯାଇ ପାରନ୍ତି। ଅଚାନକ ଧନଲାଭ ଯୋଗ ରହିଛି। ଶିକ୍ଷା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବିରଜା।

 


ମିଥୁନ: ଭାଗ୍ୟ ଉଜ୍ଜ୍ଵଳ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ମୁସ୍କିଲ ପ୍ରଶ୍ନର ସମାଧାନ ବାହାର କରିନେବେ। କଳାକାରଙ୍କୁ ଫିଲ୍ମର ପ୍ରସ୍ତାବ ମିଳିବ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ହରିଶଙ୍କର।

 


କର୍କଟ: କାର୍ଯ୍ୟ ବ୍ୟସ୍ତତାରେ ଦିନଟି କଟିବ। ଭାବିଥିବା କାମ ପୂରା ହେବ। ଠିକାଦାରୀ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ନୂଆ ଲୋକଙ୍କ ସହିତ ମିଶି ପାରନ୍ତି। ଜୀବନସାଥୀଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଚନ୍ଦନେଶ୍ୱର।

 


ସିଂହ: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ସାମାଜିକ କାର୍ଯ୍ୟରେ ଆପଣଙ୍କ ଭୂମିକା ପାଇଁ ମାନ-ସମ୍ମାନ ବଢ଼ିବ। ବିଦେଶରୁ ଭଲ ଖବର ପାଇବେ। ଅବିବାହିତ ଲୋକଙ୍କ ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

 

କନ୍ୟା: ଆପଣଙ୍କ ଆକର୍ଷକ ମନୋଭାବ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବ। ଭ୍ରମଣ ଉପରେ ଆଧାରିତ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କର ଉନ୍ନତି ହେବ। ବ୍ୟାଙ୍କ୍‌ ବାଲାନ୍‌ସ ବୃଦ୍ଧି ହେବ। ଛାତ୍ର ନିଜର ଗୁରୁଜନଙ୍କ ଠାରୁ ମାର୍ଗ ଦର୍ଶନ ନିଅନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

 

ତୁଳା: ବୁଦ୍ଧିମତ୍ତାର ସହିତ କାମ କରିବାରେ ସକ୍ଷମ ହେବେ। ପୁରୁଣା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ଧନଲାଭ ଯୋଗ ରହିଛି। ଶିକ୍ଷକଙ୍କ ପୂରା ସହଯୋଗ ଆପଣଙ୍କୁ ମିଳିବ। ପରିବାରରେ ନୂଆ ଖୁସି ଆସିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

 

 

ବିଛା: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି। କୌଣସି ଫଇସଲା ନେବାର ସଂଶୟ ରହିବ। ବଡ଼ଙ୍କ ରାୟ ଗ୍ରହଣ କରନ୍ତୁ, ଭଲ ହେବ। ଜୀବନସାଥୀଙ୍କ ସହିତ ମତଭେଦ ହୋଇପାରେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମହାଦେବ।

 

ଧନୁ: ଚାକିରିଆଙ୍କର ମନୋକାମନା ପୂରା ହେବ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ଫିଲ୍ମ କଳାକାରଙ୍କୁ ବଢ଼ିଆ ପ୍ରସ୍ତାବ ମିଳିପାରେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବାର ପ୍ରବଳ ସମ୍ଭାବନା ରହିଛି। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କୀଚକେଶ୍ୱରୀ।

 

ମକର: ଆପଣଙ୍କ ମନ କାମଧନ୍ଦାରେ ଲାଗି ରହିବ। ବ୍ୟବସାୟ ଲାଗି ସଉଦା ପାଇଁ ଦୂରସ୍ଥାନକୁ ଯାଇପାରନ୍ତି। ଚାକିରିଆଙ୍କୁ ସହକର୍ମୀଙ୍କ ସହଯୋଗ ମିଳିବ। ଘରୋଇ ସୁଖ ସୁବିଧା ପାଇଁ ନୂଆ ଜିନିଷ କିଣିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

 

କୁମ୍ଭ: ସଫଳତାର ନୂଆ ପାହାଚରେ ପାଦ ରଖିବେ। କାନୁନ ବିବାଦ ଆଜି ସମାପ୍ତ ହୋଇପାରେ। ଅନ୍ୟମାନଙ୍କ ସହିତ ସହଜ ଭାବେ କାମ କରିବେ। ସାମାଜିକ ପ୍ରଶଂସାରେ ଆପଣଙ୍କୁ ଖୁସି ପ୍ରାପ୍ତ ହେବ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ବାଇଗଣୀ। ଆରାଧନା: ମାଆ ଦୁର୍ଗା।

 


ମୀନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଫିସ୍‌ରେ ଆପଣ କାମ ସଂପୂର୍ଣ୍ଣ କରିବା ପାଇଁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଶାରଳା।

ସମ୍ବନ୍ଧିତ ଖବର