ଜାଣନ୍ତୁ ଆଜିର ରାଶିଫଳ

ମେଷ: ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଆପଣ କିଛି ନୂଆ କରି ଦେଖାଇବା ଲାଗି ଯୋଜନା କରିପାରନ୍ତି। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ଜମି କିଣିବା ଲାଗି ଭଲ ଦିନଟିଏ। ଛାତ୍ରଙ୍କ ଲାଗି ଦିନଟି ସାମାନ୍ୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଝଗଡ଼ାକୁ ସମାପ୍ତ କରିବାକୁ ଚେଷ୍ଟା କରିବେ ଏବଂ ସଫଳ ହେବେ। ଦିନଟି ବ୍ୟବସାୟ ଦୃଷ୍ଟିକୋଣରୁ ଭଲ ରହିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ। ପ୍ରେମ ସଂପର୍କରେ ମଧୁରତା ଆସିବ। ବିଦ୍ୟାର୍ଥୀଙ୍କର ମନ ଲେଖାପଢ଼ାରେ କମ୍‌ ଲାଗିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।


କର୍କଟ: ଆପଣଙ୍କର ଆତ୍ମବିଶ୍ୱାସର ସ୍ତର ଉଚ୍ଚା ରହିବ। କୌଣସି ନୂଆ ଅବସର ମିଳିବା ହେତୁ ଜୀବନରେ ପରିବର୍ତ୍ତନ ଆସିବ। କାରବାରରେ କୌଣସି ନୂଆ ସଉଦା ହେବ। ପ୍ରେମ ସଂପର୍କରେ ସଫଳତା ପାଇବେ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସିଂହ: ଆପଣଙ୍କର ମଜାଳିଆ ସ୍ୱଭାବ ଆଖପାଖର ବାତାବରଣକୁ ମଜାଦାର କରିବ। ଅଫିସ କାମରେ ଅନ୍ୟମାନଙ୍କ ରାୟ ନେବାରୁ ନିବୃତ୍ତ ରହନ୍ତୁ। ଜୀବନସାଥୀଙ୍କ କଥାକୁ ଗମ୍ଭୀରତାର ସହ ଗ୍ରହଣ ନକଲେ ଅଶାନ୍ତି ଉତ୍ପନ୍ନ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ମୁହୂର୍ତ୍ତ ନେଇ ଆସିବ। କୌଣସି କାମରୁ ଆଶାରୁ ଅଧିକ ଧନଲାଭ ହେବ। ସନ୍ତାନଙ୍କ କ୍ୟାରିୟର ସମ୍ବନ୍ଧରେ ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ପରିବାରରେ ଖୁସିର ବାତାବରଣ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ସାଥ୍‌ ଦେବ। ଶିକ୍ଷକ ଓ ପୂଜକଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଚାକିରିରେ ପ୍ରମୋସନ ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ପାରିବାରିକ ଅଶାନ୍ତିକୁ ଖୋଦ ଦୂର କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଦିନଟି ଆପଣଙ୍କ ପାଇଁ ଲାଭ ଓ ଉନ୍ନତି ନେଇ ଆସିଛି। ଆପଣଙ୍କ ପ୍ରତିଭା ଅନୁସାରେ ଆପଣଙ୍କୁ ଯଥେଷ୍ଟ ସଫଳତା ମିଳିବ। ଲେଖକଙ୍କୁ ପୁରସ୍କାର ମିଳିପାରେ। କାନୁନ ମାମଲାରେ ଆରାମ ମିଳିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। କାମରେ ଆପଣଙ୍କର ଆତ୍ମବିଶ୍ୱାସର ଝଲକ ଦେଖାଦେବ। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ଚାକିରିରେ ବଡ଼ ସଫଳତା ମିଳିବା ଯୋଗ ରହିଛି। ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

ମକର: ଦିନଟି ଖୁସି ଭରା ରହିବ। ଭାବିଥିବା କାମ ସହଜରେ ପୂରା ହୋଇଯିବ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ସୁଯୋଗ ଆପଣଙ୍କୁ ଅପେକ୍ଷା କରି ରହିଛି; ଆର୍ଥିକ ସ୍ଥିତି ମଜଭୁତ ହେବ। ଅଫିସରେ ଆପଣଙ୍କ କଥାକୁ ଲୋକେ ଗୁରୁତ୍ଵ ଦେବେ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଠିକ୍‌ଠାକ୍‌ ରହିବ। ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ। କୌଣସି କାମରୁ ଯଥେଷ୍ଟ ଲାଭ ମିଳିବ। ବିଳାସ ଉପକରଣ କିଣି ପାରନ୍ତି। ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ପରିଶ୍ରମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର