ଜାଣନ୍ତୁ ଆଜିର ରାଶିଫଳ

ମେଷ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ବଡ଼ଙ୍କ ଠାରୁ ପ୍ରଶଂସା ପାଇବେ। ପ୍ରେମିକାଙ୍କୁ ବିବାହ ପାଇଁ ରାଜି କରାଇନେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ମନ ଅଶାନ୍ତି ମୁକ୍ତ ରହିବ। ବନ୍ଧୁଙ୍କ ସହାୟତା ପାଇବେ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ମଙ୍ଗଳା।

 

ମିଥୁନ: ନକାରାତ୍ମକ ଚିନ୍ତା ଆପଣଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରିବ। କାମ ପ୍ରତି ସଚେତ ରହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ବିବାଦ କିମ୍ବା ମକଦ୍ଦମାକୁ ନେଇ ଜଟିଳତା ବଢ଼ିପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

 

କର୍କଟ: ସିମେଣ୍ଟ, ଇଟା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଆପଣଙ୍କ ଯାତ୍ରା ମଙ୍ଗଳମୟ ଓ ସୁଖଦ ରହିବ। ରାଜନୀତିରେ ସୀମା ବଢ଼ାଇବେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ଡୀ।

 

ସିଂହ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଇଂଜିନିୟରଙ୍କ ଲାଗି ଦିନଟି ଭଲ ରହିବ। ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ। ଧନର ଆଗମନ ହେବ। ଧାର୍ମିକ ଅନୁଷ୍ଠାନ ପ୍ରତି ରୁଚି ବଢ଼ିବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ପରିଶ୍ରମୀ ଲୋକଙ୍କୁ ନିଜ ପରିଶ୍ରମର ମିଠା ଫଳ ମିଳିବ। ଅଫିସରେ ଲାଗି ରହିଥିବା ଅବ୍ୟବସ୍ଥାର ସମାଧାନ ହୋଇଯିବ। ଡାକ୍ତର ଆଜି ଜଟିଳ ଅସ୍ତ୍ରୋପଚାର ସହଜରେ କରିନେବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ମଝିଘରିଆଣୀ।

 

 

ବିଛା: ଦିନଟି ଆପଣଙ୍କ ପାଇଁ ଅନୁକୂଳ। କାରବାରକୁ ନେଇ ମନରେ ନୂଆ ବିଚାର ଆସିବ। ବନ୍ଧୁଙ୍କ ମାଧ୍ୟମରେ କିଛି ଆଶା ପୂରା ହେବ। ଲେଖକ ଓ କଳାକାରଙ୍କୁ ପୁରସ୍କାର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

ଧନୁ: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ଚାକିରିରେ ବଡ଼ ସଫଳତା ମିଳିବାର ଯୋଗ ରହିଛି। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

 


ମକର: ପାରିବାରିକ ଜୀବନରେ ସୁଖ ଓ ଶାନ୍ତି ବୃଦ୍ଧି ହେବ। ପଇସା ଅର୍ଜିବାର ବିଚାର ଦେବା ଲୋକ ଆପଣଙ୍କୁ ମିଳିବେ। ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

କୁମ୍ଭ: ଆପଣଙ୍କର କୌତୁକିଆ ସ୍ୱଭାବ ସମସ୍ତଙ୍କୁ ଭଲ ଲାଗିବ। କୌଣସି ବଡ଼ ଫଇସଲା ତରବରିଆ ହୋଇ ନିଅନ୍ତୁ ନାହିିଁ। ଆୟ ତୁଳନାରେ ଖର୍ଚ୍ଚ ଅଧିକ ହେବ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମ ଭାବ ବୃଦ୍ଧି ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

ମୀନ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ କାମ କରିପାରନ୍ତି। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ବାହନ କିଣିବା ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

ସମ୍ବନ୍ଧିତ ଖବର