ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ବଢ଼ିଆ ରହିବ। କ୍ୟାରିୟର ଲାଗି ନୂଆ ସୁଯୋଗ ମିଳିବ। ଅଧିକାରୀବର୍ଗ ଆପଣଙ୍କ କଥା ଉପରେ ଧୢାନ ଦେବେ। ବେପାରୀବର୍ଗ ନୂଆ କାମରେ ଧନନିବେଶ କରନ୍ତୁ; ଫାଇଦା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

 

ବୃଷ: ଦେବ ଦର୍ଶନ କରିବେ। ଆପଣଙ୍କ ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ହର ପାର୍ବତୀ।

 


ମିଥୁନ: ବାପାଙ୍କର ସ୍ନେହ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ। କିଛି କାମରେ ଭଲ ପ୍ରଗତି କରିବେ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

 


କର୍କଟ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। କୌଣସି ସମ୍ମାନିତ ଲୋକଙ୍କ ସହିତ ମିଶିବାର ସୁଯୋଗ ମିଳିବ। ବ୍ୟବସାୟରେ ନୂଆ ଉପାୟ ଗ୍ରହଣ କରନ୍ତୁ; ଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ସି˚ହ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଭାବିଥିବା କାମ ବିନା ବାଧାବିଘ୍ନରେ ପୂରା ହେବ। ବ୍ୟବସାୟରୁ ଆଶାଠୁଁ ଅଧିକ ଧନଲାଭ ହେବ। ପ୍ରତିଯୋଗିତାରେ ସଫଳତା ହାସଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସତ୍ୟନାରାୟଣ।

 

କନ୍ୟା: ଆଜି ଦିନଟି ଆପଣ ନୂଆ କିଛି ଖାସ୍‌ କରିବା ଲାଗି ଭଲ ରହିବ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ବ୍ୟବସାୟରେ ଗତିରୋଧ ଦୂର ହେବ। ବିବାହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଚର୍ଚ୍ଚିକା।

 

ତୁଳା: ଆଜି ଠିକ୍‌ ଫଇସଲା ଆପଣଙ୍କ ଜୀବନକୁ ବଢ଼ିଆ କରିବ। ମିତ୍ର ଆପଣଙ୍କର ପ୍ରଶ˚ସା କଲେ ସାବଧାନ ରହନ୍ତୁ। ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯାଇ ପାରନ୍ତି। ଛାତ୍ରଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

 

ବିଛା: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ। ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟକୁ ପ୍ରଭାବିତ କରିବ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

ଧନୁ: ଆଜି ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି। ଅଫିସରେ ପଦୋନ୍ନତିର ସୁଯୋଗ ରହିଛି। ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ। ପାରିବାରିକ କ୍ଳେଶ ଦୂର ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ବଗଳାମୁଖୀ।

 

ମକର: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଭାବିଥିବା କାମ ସହଜରେ ପୂରା ହୋଇଯିବ। ଆପଣଙ୍କ ଜୀବନରେ ମଧୁର ସ˚ପର୍କ ଆରମ୍ଭ ହେବ। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 


କୁମ୍ଭ: ଆଜି ନିଜ କାମରେ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ। ଶତ୍ରୁମାନେ କ୍ଷତି କରିପାରନ୍ତି; ସତର୍କ ରହନ୍ତୁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ କଟକଚଣ୍ତୀ।

 

ମୀନ: ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ବିଶେଷ ଯାତ୍ରାରେ ଯାଇପାରନ୍ତି। ଅଚାନକ ଢେର‌୍‌ସାରା ଧନ ପାଇବେ। ଜୀବନସାଥୀଙ୍କ ସହିତ ଲାଗି ରହିଥିବା ମନୋମାଳିନ୍ୟ ଦୂର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ସମ୍ବନ୍ଧିତ ଖବର