ଜାଣନ୍ତୁ ଆଜିର ରାଶିଫଳ

ମେଷ: ଖୁସ୍‌ ମିଜାଜ‌େର ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଚାକିରି ସମ୍ବନ୍ଧିତ ଭଲ ଖବର ମିଳିବ। ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ। ପରିବାର ସଦସ୍ୟଙ୍କ ଉତ୍ସାହ ବଜାୟ ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।

ବୃଷ: ଜୀବନ‌େର ଲାଗିରହିଥିବା ସ˚ଘର୍ଷର ସମାପ୍ତି ପାଇଁ ଭଲ ସମୟ। ବନ୍ଧୁ ଓ ପରିଜନଙ୍କ ସହଯୋଗ ପାଇବେ। ଆଜି କିଛି ଏଭଳି କାମ କରିବେ ଯାହା ଦ୍ବାରା ଆପଣଙ୍କୁ ଆର୍ଥିକ ଲାଭ ହେବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିମଳା।


ମିଥୁନ: ଦିନଟି ଆପଣଙ୍କ କ୍ୟାରିୟର ଲାଗି ଅଧିକ ଶୁଭ ରହିବ। ପଇସା ସମ୍ବନ୍ଧିତ କୌଣସି ବଡ଼ ମାମଲାର ସମାଧାନ ହୋଇଯିବ। କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ। ପ୍ରେମରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

କର୍କଟ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ସାଥ ଦେବ। କୌଣସି ନୂଆ କାମ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ମିତ୍ର ଆପଣଙ୍କୁ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ରାଜନୀତିରେ ସଫଳତା ପାଇବେ। ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ପୂଜାପାଠରେ ସମୟ ବିତିବ। ଧର୍ମ ଚର୍ଚ୍ଚାରେ ଅ˚ଶ ଗ୍ରହଣ କରିବେ। ଦୀର୍ଘ ଦିନରୁ ଯେଉଁ ସୁଯୋଗ ଅପେକ୍ଷାରେ ଥିଲେ, ଆଜି ତାହା ପୂରା ହୋଇଯିବ। ନେତାଙ୍କ ସହିତ ସ˚ପର୍କ ବଢ଼ିବ। ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ମଝିଘରିଆଣୀ।


କନ୍ୟା: ଘରକୁ କୌଣସି ବନ୍ଧୁଙ୍କ ଆସିବା ହେତୁ ମନ ପ୍ରସନ୍ନ ହୋଇଯିବ। ଉପଯୁକ୍ତ ଫଇସଲା କରିବା ସହଜ ହେବ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ଅଫିସରେ ନିଜକୁ ନୂଆ ଲୋକଙ୍କ ସହିତ ଯୋଡ଼ିବେ। ଆଜି କିଛି ନୂଆ ଅନୁଭବ ପ୍ରାପ୍ତ ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

ତୁଳା: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ। ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ। ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ। ପରିବାରରେ ଖୁସି ବଢ଼ିବ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ନୀଳ। ଆରାଧନା: ବାବା କପିଳାସ।

ବିଛା: ଆପଣଙ୍କ ବ୍ୟକ୍ତିଗତ କାର୍ଯ୍ୟରେ ଟିକେ ସମସ୍ୟା ଉତ୍ପନ୍ନ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ କଥାକୁ ମନଧୢାନ ଦେଇ ଶୁଣନ୍ତୁ। ବ୍ୟାବସାୟିକ କାମରେ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ଧନୁ: କୌଣସି କାର୍ଯ୍ୟ ଆରମ୍ଭ କରିବା ପାଇଁ ଦିନଟି ଶୁଭ। ଆପଣ କିଛି ନୂଆ ଲୋକ ଓ ବିଦେଶୀଙ୍କ ସହିତ ମିଶିବେ। ଅଫିସରେ ନୂଆ ଦାୟିତ୍ବ ଭଲ ଭାବରେ ନିର୍ବାହ କରିବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ ଗୌରବ ଅନୁଭବ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ମକର: ଯଶ ପ୍ରାପ୍ତିର ଦିନଟିଏ। ଆପଣ ଯାହାକୁ ଯାହା କିଛି କହିବେ ସେ ମନା କରିବେ ନାହିଁ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିମଳା।

କୁମ୍ଭ: ଭାବିଥିବା ଯୋଜନା ବଢ଼ିଆ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। ମହିଳାଙ୍କ ଲାଗି ଭଲ ଦିନଟିଏ। ସ˚ପର୍କୀୟ ଓ ପରିବାର ସଦସ୍ୟଙ୍କ ସାହାଯ୍ୟ ପାଇବେ। ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଭଲ ଖବର ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆଜି ଆପଣଙ୍କ ରୁଟିନରେ ପରିବର୍ତ୍ତନ କରିପାରନ୍ତି। କୌଣସି ମିତ୍ରଙ୍କ ସହାୟତାରେ ଆରାମରେ ନିଃଶ୍ବାସ ନେବେ। ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର