ଜାଣନ୍ତୁ ଆଜିର ରାଶିଫଳ

ମେଷ: କୌଣସି ନୂଆ ଅବସର ମିଳିବା ହେତୁ ଜୀବନରେ ପରିବର୍ତ୍ତନ ଆସିବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ରାଜନୀତିରେ ମନୋକାମନା ପୂରା ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।


ବୃଷ: ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଚାକିରି ଅନ୍ବେଷଣରେ ଥିବା ବ୍ୟକ୍ତିଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। କୌଣସି ଶୁଭ ଖବର ପାଇବେ। ମହତ୍ତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। କ୍ରିକେଟ୍ ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ବୃଦ୍ଧି ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କର୍କଟ: ଆଜି ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ। କୌଣସି କାମରେ ସାମିଲ ହୋଇପାରନ୍ତି। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ଜମି ଦଲାଲଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଅଫିସରେ ଆପଣଙ୍କ କାମକୁ କର୍ତ୍ତୃପକ୍ଷ ପ୍ରଶ˚ସା କରିବେ। ବ୍ୟବସାୟୀଙ୍କୁ ଅଧିକ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।


କନ୍ୟା: ସୁନ୍ଦର କଳ୍ପନାରେ ବିଭୋର ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଇଲେକ୍‌ଟ୍ରୋନିକ୍‌ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ। ବ୍ୟାବସାୟିକ କାମରେ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ନାରଙ୍ଗୀ। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଶତ୍ରୁ ଆପଣଙ୍କର କିଛି କ୍ଷତି କରି ପାରିବେ ନାହିଁ। ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ରାଜନୀତିରେ ସଫଳତା ମିଳିବ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ବିଛା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କର କୌତୁକିଆ ସ୍ବଭାବ ଲୋକପ୍ରିୟତା ବୃଦ୍ଧି କରାଇବ। ରହସ୍ୟ ବିଦ୍ୟା ପ୍ରତି ଆକୃଷ୍ଟ ହେବେ। ଦୀର୍ଘ ଦିନର କୌଣସି ଆଶା ପୂରା ହେବ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସୁରେଶ୍ବରୀ।

ଧନୁ: କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। ଚାଷୀଙ୍କୁ କିଛି ଲାଭ ହୋଇପାରେ। ପୈତୃକ ସ˚ପତ୍ତି ନେଇ ବିବାଦ ଉତ୍ପନ୍ନ ହୋଇପାରେ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମକର: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ରାଜନୀତି କାର୍ଯ୍ୟରେ ସଫଳତା ପାଇବେ। ଡାକ୍ତରଙ୍କ ଖ୍ୟାତି ସୁଦୂରପ୍ରସାରୀ ହେବ। ସନ୍ତାନଙ୍କଠାରୁ ସୁଖ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଧର୍ମଗ୍ରନ୍ଥ କିଣିବେ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ବେପାରୀଙ୍କୁ ଅଚାନକ ଧନଲାଭ ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ମୀନ: ପୁରୁଣା କଥାକୁ ନେଇ ମନ ବିଚଳିତ ହୋଇପାରେ। ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ। ଆପଣଙ୍କ ସ୍ଥଗିତ ଥିବା କାମରେ କେହି ସହଯୋଗ କରିବେ। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର