ଜାଣନ୍ତୁ ଆଜିର ରାଶିଫଳ

ମେଷ: କୌଣସି ବ୍ୟାପାରକୁ ନେଇ ମନ ବିଚଳିତ ହୋଇପାରେ। ବିରୋଧୀଙ୍କ ପ୍ରତି ସତର୍କ ରହନ୍ତୁ। ରାଜନୀତିରେ ନେତୃତ୍ବ ବଜାୟ ରଖିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ପାରିବାରିକ ମାମଲାକୁ ନେଇ ବ୍ୟସ୍ତତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆଜି ଆପଣ ସତ୍ୟର ସାଥ ଦେବେ। କିଛି ଖୁସି ଖବର ପାଇବେ। ଆପଣଙ୍କ ବ୍ୟବହାର ଦେଖି ଶତ୍ରୁ ବି ବନ୍ଧୁ ହୋଇଯିବେ। ରଚାନାତ୍ମକ କାମରେ ଆପଣଙ୍କର ନାମ ହେବ। ଚାକିରିରେ ପଦୋନ୍ନତି ମିଳିପାରେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ଶ୍ରୀଗଣେଶ।


ମିଥୁନ: ଆପଣଙ୍କର ଧୢାନ ଆଧୢାତ୍ମିକ ଦିଗକୁ ଅଧିକ ଲାଗି ରହିବ। ଆଇନକାନୁନ ମାମଲା ସମାଧାନ ହୋଇପାରେ। ବ୍ୟବସାୟ ମାମଲାରେ ଆପଣଙ୍କ ନିର୍ଣ୍ଣୟ ଲାଭପ୍ରଦ ହେବ। ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆଜି ଆପଣଙ୍କ ସବୁ କାମ ସକାରାତ୍ମକ ରୂପେ ପୂରା ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିବେ। କୌଣସି ନୂଆ ଜାଗାକୁ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ସି˚ହ: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ଠିକ ଦିଶାରେ କାମ କରି ଅଧିକ ସମସ୍ୟାର ସମାଧାନ କରିନେବେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିପାରେ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଖୋଦ୍‌କୁ ସାବିତ କରିବା ଲାଗି କୌଣସି ସୁଯୋଗ ମିଳିବ। ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: କଫି। ଆରାଧନା: ମାଆ ତାରିଣୀ।

ତୁଳା: ପୁରୁଣା କାମ ପୂରା କରିବା ଲାଗି ଦିନଟି ଭଲ। ସମାଜରେ ମାନସମ୍ମାନ ମିଳିବ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ଦାମ୍ପତ୍ୟ ସମ୍ବନ୍ଧରେ ପ୍ରସନ୍ନତା ଆସିବ। ଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିମଳା।

ବିଛା: ବ୍ୟବସାୟରେ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। ଧନଲାଭର ସ˚କେତ ନଜର ଆସିବ। ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ବାବା ହରି ଶଙ୍କର।

ଧନୁ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଯାହା ବି କାମ କରିବେ ଖୁବ୍‌ ଆରାମରେ ପୂରା କରିବେ। ଅଫିସରେ କିଛି ବଡ଼ ଡ଼ିଲ୍‌ କରିବାର ସୁଯୋଗ ମିଳିପାରେ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

ମକର: କାମ ପ୍ରତି ଆପଣଙ୍କର ଉତ୍ସାହ ବୃଦ୍ଧି ହେବ। କ˚ପାନିରେ ଆପଣଙ୍କୁ କୌଣସି ସୁବିଧା ମିଳିପାରେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବା ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ବିରଜା।

କୁମ୍ଭ: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ବେପାରି ବର୍ଗଙ୍କୁ ଅଚାନକ ଧନଲାଭ ହେବ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମୀନ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ଅଫିସରେ ବଢ଼ିଆ ମାହୋଲ ଆପଣଙ୍କୁ ଖୁସ କରାଇବ। କାରବାରରେ କିଛି ଏଭଳି କଥା ଆସିବ ଯାହା ଭବିଷ୍ୟତରେ ଲାଭଦାୟୀ ହେବ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ:ସବୁଜ। ଆରାଧନା:ମାଆ ଶାରଳା।

ସମ୍ବନ୍ଧିତ ଖବର