ଜାଣନ୍ତୁ ଆଜିର ରାଶିଫଳ

ମେଷ: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ଶତ୍ରୁ ଆପଣଙ୍କର କିଛି କ୍ଷତି କରି ପାରିବେ ନାହିଁ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଜୀବନସାଥୀଙ୍କ ଠାରୁ ଖୁବ୍‌ ପ୍ରେମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

ବୃଷ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ଜୀବନସାଥୀଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି। ରହସ୍ୟ ବିଦ୍ୟା ପ୍ରତି ଆକୃଷ୍ଟ ହେବେ। ଅଫିସ୍‌ରେ କୌଣସି କଥାକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳାକୁ ଠିକ୍‌ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଚର୍ଚ୍ଚିକା।

 


ମିଥୁନ: ଦିନଟି ଖଟାମିଠା ରହିବ। କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। କୋର୍ଟ ମାମଲାରେ ବ୍ୟସ୍ତତା ବଢ଼ିବ। ଖର୍ଚ୍ଚ ବଢ଼ିପାରେ। ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଙ୍କ ସମ୍ମୁଖରେ ଦ୍ଵିଧାର ସ୍ଥିତି ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

କର୍କଟ: ଦିନଟି ଆପଣଙ୍କ କ୍ୟାରିୟର ଲାଗି ଅଧିକ ଶୁଭ ରହିବ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଅଫିସ୍‌ରେ ଆପଣଙ୍କ କାମରେ କର୍ତ୍ତୃପକ୍ଷ ଖୁସି ହୋଇ ଉପହାର ଦେବେ। ବିବାହ ପାଇଁ ନିର୍ଣ୍ଣୟ ନେଇ ପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ନାରାୟଣୀ।

 


ସିଂହ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। କୌଣସି ଶୁଭ ସୂଚନା ମିଳିବା ହେତୁ ଖୁସି ରହିବେ। ଛାତ୍ରଛାତ୍ରୀଙ୍କୁ ପଢ଼ିବା ଲେଖିବାରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସରସ୍ୱତୀ।

 


କନ୍ୟା: ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଂକଟ ଦୂର ହେବ। ଶତ୍ରୁଙ୍କ ଷଡ୍‌ଯନ୍ତ୍ର ପ୍ରକଟ ହୋଇଯିବ। ବିଦେଶରୁ ବ୍ୟବସାୟ ସମ୍ବନ୍ଧିତ ଭଲ ଖବର ପାଇବେ। ଛାତ୍ରଛାତ୍ରୀମାନେ କ୍ୟାରିୟରରେ ବଡ଼ ସଫଳତା ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

 

ତୁଳା: ପରିବାରରେ ବଡ଼ଙ୍କ ଠାରୁ ଆଶୀର୍ବାଦ ନେଇ କାମରେ ଯାଆନ୍ତୁ; ସଫଳତା ପାଇବେ। ରାଜନୀତିରେ ଲାଭ ମିଳିବାର ସୁଯୋଗ ଆସିବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 


ବିଛା: ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କାର୍ଯ୍ୟ ପରିସର ବୃଦ୍ଧି ଲାଗି ସୁଅବସର ମିଳିବ। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ବିରୋଧୀଙ୍କ ଉପରେ ବିଜୟ ପାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

 

ଧନୁ: ଦୀର୍ଘଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। କୌଣସି ଉଚ୍ଚପଦ ପ୍ରାପ୍ତ ହୋଇପାରେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ଵ ଦେବେ। ପ୍ରିୟବ୍ୟକ୍ତିଙ୍କ ସହିତ ମିଶିବା ପାଇଁ ଭଲ ସମୟ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଗାୟତ୍ରୀ।

 


ମକର: ଆଜି ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ। କ୍ରମାଗତ ପ୍ରୟାସରେ ସଫଳତା ମିଳିବ। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ନୂଆ କାମ ପାଇଁ ଚୁକ୍ତିପତ୍ର କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସନ୍ତୋଷୀ ମାତା।

 

କୁମ୍ଭ: ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ମହିଳାଙ୍କ ଭାଗ୍ୟ ଉଜ୍ଜ୍ଵଳ ହେବ। ପରିବାରରେ ସୁଖ ଓ ଶାନ୍ତି ବଜାୟ ରହିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ସଡ଼କରେ ବାହନ ଚଳାଇବା ସମୟରେ ସଚେତନ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 


ମୀନ: ସୁନ୍ଦର କଳ୍ପନାରେ ବିଭୋର ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଆପଣଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିପାରେ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଚର୍ଚ୍ଚିକା।

ସମ୍ବନ୍ଧିତ ଖବର