ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ସକାରାତ୍ମକ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିବ। କୌଣସି କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ପରିବାରଲୋକଙ୍କଠାରୁ ଖୁସି ମିଳିପାରେ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ଡୀ।

 

ମିଥୁନ: ଯୋଜନା ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ସଫଳ ହେବେ। ଅଫିସରେ ଘରକୁ ଫେରିବା ସମୟରେ ବନ୍ଧୁଙ୍କ ସହିତ ମତଭେଦ ହେବ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ୱରୀ।

କର୍କଟ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଯେଉଁ କାମ କରିବେ ସଫଳତା ପାଇବେ। ଓକିଲଙ୍କ ପାଇଁ ଦିନଟି ଭଲ। ଆର୍ଥିକ ଲାଭ ମିଳିବା ହେତୁ ଖୁସି ରହିବେ। ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।

 


ସିଂହ: ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ଆୟ ସାଧନ ବୃଦ୍ଧି ହେବ। ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀଙ୍କୁ ପଢ଼ିବା, ଲେଖିବା ଓ ପ୍ରତିଯୋଗିତାରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସରସ୍ୱତୀ।

 

କନ୍ୟା: କୌଣସି କଥାକୁ ନେଇ ଭାବପ୍ରବଣ ରହିବେ। ଆପଣଙ୍କ ଠାରୁ ବଡ଼ଙ୍କ ସେବା କରନ୍ତୁ; ସଫଳତାର ରାସ୍ତା ଉନ୍ମୁକ୍ତ ହେବ। ଲେଖକଙ୍କୁ ପୁରସ୍କାର ମିଳିପାରେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଓ କାମ ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଶାରଳା।

 

ତୁଳା: ଆତ୍ମ ସମୀକ୍ଷାରେ ସମୟ ବିତିବ। ଆଜି ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ। ଅଫିସରେ ଆଜି ଟିକେ ଅଶାନ୍ତିରେ ରହିବେ। ବ୍ୟବସାୟ ବିସ୍ତାର ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ପ୍ରଭୁ ହନୁମାନ।

 

ବିଛା: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ଭାଇ ଓ ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ। ପରିବାର ସହିତ ଜିନିଷପତ୍ର କିଣିବା ଲାଗି ସହରକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ମହାମୃତ୍ୟୁଞ୍ଜୟଶ୍ୱର।

 

ଧନୁ: ଘର ଓ ଅଫିସକୁ ସଜାଇ ନୂତନତ୍ଵ ଆଣିବେ। ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


ମକର: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ। ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ନାରାୟଣୀ।

 

କୁମ୍ଭ: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ସରକାରୀ କ୍ଷେତ୍ରରେ ସ୍ଥଗିତ ଥିବା କାମ ପୂରା ହେବ। କଂପ୍ୟୁଟର ଇଂଜିନିୟରଙ୍କୁ ବଡ଼ କଂପାନିରେ ଚାକିରର ପ୍ରସ୍ତାବ ମିଳିବ। ଜମି କାରବାରରୁ ଆପଣଙ୍କୁ ଲାଭ ମିଳିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

 

ମୀନ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ଭାଗ୍ୟ ବଦଳାଇବା ପାଇଁ ଭଲ ସମୟ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିବେ। ଆପଣଙ୍କର କୌଣସି ସ୍ୱପ୍ନ ପୂରା ହେବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର