ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ କ୍ୟାରିୟର ଲାଗି ଅଧିକ ଶୁଭ ରହିବ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ରାଜନୀତି କାର୍ଯ୍ୟରେ ସଫଳତା ପାଇବେ। ଡାକ୍ତରଙ୍କ ଖ୍ୟାତି ସୁଦୂରପ୍ରସାରୀ ହେବ। କ୍ରିକେଟ୍‌ ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ବୃଷ: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଅଧିକ ସମୟ ଉପବାସ ରହନ୍ତୁ ନାହିିଁ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ଚାକିରି ସମ୍ବନ୍ଧରେ ଶୁଭ ଖବର ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ପ୍ରଭୁ ହନୁମାନ।

 

ମିଥୁନ: ପୁରୁଣା କଥାକୁ ନେଇ ମନ ବିଚଳିତ ହୋଇପାରେ। ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସବୁ ଠିକ୍‌ ହୋଇଯିବ। ଆପଣଙ୍କ ସ୍ଥଗିତ ଥିବା କାମରେ କେହି ସହଯୋଗ କରିବେ। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଚନ୍ଦନେଶ୍ୱର।

 

କର୍କଟ: କୌଣସି ନୂଆ ଅବସର ମିଳିବା ହେତୁ ଜୀବନରେ ପରିବର୍ତ୍ତନ ଆସିବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ରାଜନୀତିରେ ମନୋକାମନା ପୂରା ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

 


ସିଂହ: ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ରାଜନୀତିରେ ବିରୋଧୀଙ୍କ ଉପରେ ବିଜୟ ପାଇବେ। ଚାକିରି ଅନେ୍ଵଷଣରେ ଥିବା ବ୍ୟକ୍ତିଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। କୌଣସି ଶୁଭ ଖବର ପାଇବେ। ମହତ୍ତ୍ୱପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ହକି ଖେଳାଳିଙ୍କର ପ୍ରଦର୍ଶନ ବଢ଼ିଆ ରହିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ବୃଦ୍ଧି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

 

ତୁଳା: ଆଜି ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ। କ୍ରମାଗତ ପ୍ରୟାସରେ ସଫଳତା ମିଳିବ। କଷ୍ଟରେ ଥିବା ବନ୍ଧୁଙ୍କୁ ସହାୟତା କରିବେ। ଜମି ଦଲାଲଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ହରିଶଙ୍କର।

 


ବିଛା: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଅଫିସରେ ଆପଣଙ୍କ କାମକୁ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ବ୍ୟବସାୟୀଙ୍କୁ ଅଧିକ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 

ଧନୁ: ସୁନ୍ଦର କଳ୍ପନାରେ ବିଭୋର ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ। ଅଧିକ ମାତ୍ରାରେ ଅଫର୍‌ ପାଇବେ। ବ୍ୟବସାୟରେ ନୂଆ ଅନୁବନ୍ଧ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭୈରବୀ।

 


ମକର: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଶତ୍ରୁ ଆପଣଙ୍କର କିଛି କ୍ଷତି କରି ପାରିବେ ନାହିିଁ। ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ରାଜନୀତିରେ ସଫଳତା ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ଦିନଟି ଆପଣଙ୍କ ଲାଗି ଶୁଭ ସମାଚାର ନେଇ ଆସିବ। ଆପଣଙ୍କର କୌତୁକିଆ ସ୍ୱଭାବ ଲୋକପ୍ରିୟତାରେ ବୃଦ୍ଧି କରାଇବ। ରହସ୍ୟ ବିଦ୍ୟା ପ୍ରତି ଆକୃଷ୍ଟ ହେବେ। ଦୀର୍ଘ ଦିନର କୌଣସି ଆଶା ପୂରା ହେବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 


ମୀନ: କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। ଚାଷୀଙ୍କୁ କିଛି ଲାଭ ହୋଇପାରେ। ପୈତୃକ ସଂପତ୍ତିର ଭାଗବଣ୍ଟା ଆପଣଙ୍କ ପକ୍ଷରେ ରହିବ। ସାମାଜିକ ସମାରୋହରେ ସହଯୋଗ କରିବାର ସୁଯୋଗ ମିଳିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

ସମ୍ବନ୍ଧିତ ଖବର