ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ନିଜ ପ୍ରୟାସରେ ପ୍ରଶଂସା ପାଇବେ। ସାମାଜିକ ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଯୌଥ କାରବାରରୁ ଯଥେଷ୍ଟ ଲାଭ ମିଳିବ। ମହିଳାଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ଆପଣଙ୍କ ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ସରକାରୀ ନେଣଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ କରିବେ। ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଲିଙ୍ଗରାଜ।

ମିଥୁନ: ପୂଜାର୍ଚ୍ଚନାରେ ଅଧିକ ସମୟ ଦେବେ। ଆପଣଙ୍କ ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। ଚାକିରି ସମ୍ବନ୍ଧରେ ଭଲ ଖବର ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ହର ପାର୍ବତୀ।

 

କର୍କଟ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ। ନିଜର ମିତ୍ରଙ୍କ ଠାରୁ ଖୁସି ଖବର ପାଇବେ। ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ତାରିଣୀ।

 

ସିଂହ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଅଧ୍ୟାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

 

କନ୍ୟା: ଘର ଓ ଅଫିସକୁ ସଜାଇ ନୂତନତ୍ଵ ଆଣିବେ। ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ। ଆଶା ଠୁଁ ଅଧିକ ଧନଲାଭ ହେବ। ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ତୁଳା: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। କୌଣସି ଶୁଭ ଖବର ପାଇବେ। ନୂଆ କାମର ଯୋଜନା କରିପାରନ୍ତି। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କଟକଚଣ୍ଡୀ।

 

 

 

ବିଛା: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ଆପଣଙ୍କ ପ୍ରତିଭାରେ ସମସ୍ତେ ପ୍ରଭାବିତ ହେବେ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ପଇସା ରୋଜଗାର ଲାଗି ଦିମାକରେ ନୂଆ ବିଚାର ଆସିବ। ଛାତ୍ରୀଙ୍କୁ ସଫଳତା ଲାଗି ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ମଝିଘରିଆଣୀ।

 

ଧନୁ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିବେ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ମକର: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଅଳଙ୍କାର କିଣିବା ଲାଗି ଉତ୍ସୁକ ହେବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀ ଗଣେଶ।

 

କୁମ୍ଭ: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ଭାବି ଥିବା ସବୁ କାମ ପୂରା ହୋଇଯିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

 

ମୀନ: ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ। ଆଜି ଆପଣଙ୍କର ତର୍କ ଶକ୍ତି କାମରେ ଆସିବ। ଅଫିସରେ ଗୁରୁତ୍ଵପୂର୍ଣ୍ଣ ଫଇସଲା ନେଇ ପାରନ୍ତି। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀକୃଷ୍ଣ।

ସମ୍ବନ୍ଧିତ ଖବର