publive-imageମେଷ: ବେପାର ଉଦ୍ୟୋଗରେ ଠିକ ସମୟରେ ସଠିକ ନିର୍ଣ୍ଣୟ ନେବେ। ଆର୍ଥିକ ଚିନ୍ତା ଦୂର ହେବ। ଚାକିରି ସମ୍ବନ୍ଧିତ କୌଣସି ଭଲ ଖବର ପାଇବେ। ପ୍ରିୟଜନଙ୍କ ସହିତ ବାହାରକୁ ବୁଲି ଯିବାର କାର୍ଯ୍ୟସୂଚୀ ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

Advertisment

publive-imageବୃଷ: ଦିମାକରେ ଲାଗି ରହିଥିବା ନକରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ। ବ୍ୟବସାୟରେ ଫାଇଦା ମିଳିବା ପାଇଁ ବ୍ୟକ୍ତି ମିଳିବେ। ଜୀବନସାଥୀଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

publive-imageମିଥୁନ: ଅର୍ଥଲାଭ ପାଇଁ ଶୁଭ ଦିନଟିଏ। ପୁରୁଣା କାମରୁ ଆପଣଙ୍କୁ ଲାଭ ମିଳିବ। ଘରର ବାତାବରଣ ଠିକ୍‌ ରହିବ। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ଅବିବାହିତଙ୍କୁ ବିବାହର ଭଲ ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

publive-image

କର୍କଟ: ଭିନ୍ନ ଭିନ୍ନ ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କ କଥାକୁ ଧ୍ୟାନ ଦେଇ ଶୁଣନ୍ତୁ। ବ୍ୟବସାୟରେ ସକାରାତ୍ମକ ମନୋଭାବ ନେଇ ଆଗକୁ ବଢ଼ନ୍ତୁ। ଛାତ୍ରମାନେ ଦଳବଦ୍ଧ ଭାବେ ବଢ଼ିଆ କାମ କରିପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଆଖଣ୍ଡଳମଣି।

publive-image

ସିଂହ: ପୂଜାପାଠରେ ସମୟ ବିତିବ। ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସଉଦାରୁ ଲାଭ ହେବ। ଘରକୁ ଅତିଥିଙ୍କ ଆଗମନର ସମ୍ଭାବନା ରହିଛି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ତାରିଣୀ।

publive-imageକନ୍ୟା: ନୂଆ ଉପକ୍ରମ ଆରମ୍ଭ କରନ୍ତୁ, ଲାଭ ହେବ। କୌଣସି ବ୍ୟକ୍ତିଙ୍କ ସହିତ ମନର ମେଳ ହେବ। ପଇସା ସମ୍ବନ୍ଧିତ କୌଣସି ମାମଲାର ସମାଧାନ ହୋଇଯିବ। ଗୁରୁତ୍ଵପୂର୍ଣ୍ଣ ଆଲୋଚନାରେ ଯୋଗ ଦେବାର ସୁଯୋଗ ପାଇବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ନାରାୟଣୀ।

publive-imageତୁଳା: ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ଧନ ଓ ମାନ ସମ୍ମାନ ବୃଦ୍ଧି ହେବ। ବୈଠକ କକ୍ଷକୁ ସୁନ୍ଦର ଉପକରଣରେ ସଜାଇ ପାରନ୍ତି। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ। ପ୍ରେମ ସଂପର୍କରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

publive-imageବିଛା: ଆପଣଙ୍କ ଭାବନା ସକାରାତ୍ମକ ରଖନ୍ତୁ। ଯେଉଁ କାମ ହାତକୁ ନେବେ ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ। ବିଦେଶ ଯାତ୍ରା ଯୋଗ ରହିଛି। ଘରୋଇ ସୁଖ ସୁବିଧା ବୃଦ୍ଧି ପାଇଁ ନୂଆ ଜିନିଷ କିଣିବେ। ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ କୀଚକେଶ୍ୱରୀ।

publive-imageଧନୁ: ଭାଗ୍ୟର ଦ୍ଵାର ଖୋଲିପାରେ। ଉତ୍ସାହର ସହିତ ସବୁ କାମ କରିବେ। ବ୍ୟବସାୟରେ ଯଥେଷ୍ଟ ଆମଦାନି ହେବ। ନୂଆ ଲୋକଙ୍କ ସହିତ ସଂପର୍କ ସ୍ଥାପନ ହେବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭୈରବୀ।

publive-image

ମକର: ମନ ବ୍ୟର୍ଥ ଚିନ୍ତାରୁ ମୁକ୍ତି ହେବ। ବ୍ୟବସାୟରେ ଉନ୍ନତି ପାଇଁ ନୂଆ ଅବସର ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚାକିରି ସମ୍ବନ୍ଧିତ ମନୋକାମନା ପୂରା ହେବ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ବାବା କପିଳାସ।

publive-imageକୁମ୍ଭ: ଇଷ୍ଟଦେବଙ୍କ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି। ଅଫିସରେ କୌଣସି ନୂଆ ପରିଯୋଜନା ମିଳିପାରେ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଆଲୋଚନା କରିବେ। ପ୍ରେମ ପ୍ରସଙ୍ଗ ପାଇଁ ଦିନଟି ଭଲ। ସାହିତ୍ୟ ଆଦିରେ ରୁଚି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସତ୍ୟନାରାୟଣ।

publive-imageମୀନ: କାରବାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ ଏବଂ ସଫଳ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ନୂଆ ଘର କିମ୍ବା ଜମି କିଣିବା ଲାଗି ଯୋଜନା କରିବେ। ଅନ୍ତରଙ୍ଗ ବନ୍ଧୁଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।