ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ। ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିପାରେ। ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ସୁଧାର ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

 

ବୃଷ: କାମ ପ୍ରତି ଆପଣଙ୍କର ଉତ୍ସାହ ବୃଦ୍ଧି ହେବ। କଂପାନିରେ ଆପଣଙ୍କୁ କୌଣସି ସୁବିଧା ମିଳିପାରେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଜୀବନସାଥୀ ଓ ବନ୍ଧୁମାନଙ୍କ ଠାରୁ ସ୍ନେହ ପ୍ରାପ୍ତ କରିବେ। ସୁସ୍ୱାଦ୍ୟ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ରାମଚଣ୍ଡୀ।

 

ମିଥୁନ: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। କାରବାରୀଙ୍କ ପାଇଁ ଦିନଟି ବଢ଼ିଆ ରହିବ। ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତି ମଜଭୁତ ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

କର୍କଟ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କଲେଜରେ ଅଧ୍ୟାପନାର ସୁଯୋଗ ମିଳିବ। କାରବାରରେ କିଛି ଏଭଳି କଥା ଆସିବ ଯାହା ଭବିଷ୍ୟତରେ ଲାଭଦାୟୀ ହେବ। ଜୀବନସାଥୀଙ୍କ ଠାରୁ ଉପହାର ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ବାବା ଲିଙ୍ଗରାଜ।

 

ସିଂହ: ଆଜି ଆପଣ ଅଧିକ ଭାବପ୍ରବଣ ହୋଇପାରନ୍ତି। ବିରୋଧୀଙ୍କ ପ୍ରତି ସତର୍କ ରହିବାର ଆବଶ୍ୟକତା ରହିଛି। ରାଜନୀତିରେ ନେତୃତ୍ଵ ବଜାୟ ରଖିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 


କନ୍ୟା: ଆଜି ଆପଣ ସତ୍ୟର ସାଥ ଦେବେ। ପୂଜାପାଠ କାର୍ଯ୍ୟକ୍ରମରେ ରୁଚି ବଢ଼ିବ। ଆପଣଙ୍କ ବ୍ୟବହାର ଦେଖି ଶତ୍ରୁ ବି ବନ୍ଧୁ ହୋଇଯିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଲକ୍ଷ୍ମୀ।

 


ତୁଳା: ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗକୁ ଅଧିକ ଲାଗି ରହିବ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। ଉନ୍ନତି ପାଇଁ ଅଲଗା ଅଲଗା ରାସ୍ତା ସାମନାକୁ ଆସିବ। ଛାତ୍ରଙ୍କୁ କୌଣସି ମିତ୍ର ସାହାଯ୍ୟ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

 

 

ବିଛା: ଆଜି ଆପଣଙ୍କ ସବୁ କାମ ସକାରାତ୍ମକରୂପେ ପୂରା ହେବ। ବ୍ୟବସାୟରେ ଅପାର ସଫଳତା ମିଳିବ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର। ଆରାଧନା: ଶ୍ରୀକୃଷ୍ଣ।

 

ଧନୁ: ହାସ୍ୟକୌତୁକ ମନୋଭାବରେ ରହିବେ। ଠିକ ଦିଶାରେ କାମ କରି ଅଧିକ ସମସ୍ୟାର ସମାଧାନ କରିନେବେ। ବ୍ୟବସାୟ ଲାଗି ସଉଦା ପାଇଁ ବାହାରକୁ ଯିବାକୁ ପଡ଼ିପାରେ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

 


ମକର: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ନିଜକୁ ଦକ୍ଷ ସାବ୍ୟସ୍ତ କରିବା ଲାଗି କୌଣସି ସୁଯୋଗ ମିଳିବ। ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ। ଘରୋଇ ଜିନିଷ କିଣିବା ଲାଗି ବଜାରକୁ ଯିବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

କୁମ୍ଭ: ପୁରୁଣା କାମ ପୂରା କରିବା ଲାଗି ଦିନଟି ଭଲ। ସମାଜରେ ମାନସମ୍ମାନ ମିଳିବ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ଜୀବନସାଥୀଙ୍କ ବ୍ୟବହାରରେ ଆପଣଙ୍କୁ ଖୁସି ମିଳିବ। ଛାତ୍ରଙ୍କର ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ତାରିଣୀ।

 

ମୀନ: ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ଦିମାକରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ। ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ହରିଶଙ୍କର।

ସମ୍ବନ୍ଧିତ ଖବର