ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜିର ଦିନଟି ପୂର୍ବ ଦିନ ଅପେକ୍ଷା ଭଲ ରହିବ। ଠିକ୍‌ ଦିଶାରେ କାମ କରି ଅଧିକ ସମସ୍ୟାର ସମାଧାନ କରିନେବେ। ଆମଦାନି ପାଇଁ ନୂଆ ମାଧ୍ୟମ ଦୃଷ୍ଟି ଗୋଚର ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

ବୃଷ: ନିଜର ମହତ୍ତ୍ଵକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ; ବ୍ୟବସାୟରେ ଭଲ ଫାଇଦା ହେବ। ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରୀଙ୍କୁ ଲେଖାପଢ଼ାରେ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଆପଣଙ୍କର ଅନ୍ତରଆତ୍ମା ପ୍ରଖର ରହିବ। ଆପଣଙ୍କ ସମ୍ମୁଖକୁ ଆସୁଥିବା ବ୍ୟକ୍ତିଙ୍କ ମନୋଭାବକୁ ଶୀଘ୍ର ବୁଝିନେବେ। କୌଣସି କାମରୁ ଆଶାଠୁ ଅଧିକ ଧନଲାଭ ହେବ। ବିବାହିତ ଉଦ୍ୟାନକୁ ବୁଲି ଯିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ବାବା ଗୁପ୍ତେଶ୍ୱର।

କର୍କଟ: ମନ ସ୍ଥିର ରହିବ। ମିତ୍ର ଆପଣଙ୍କର ପ୍ରଶଂସା କଲେ ଭଳି ଯାଆନ୍ତୁ ନାହିଁ। ଜରୁରୀ କାମ ବ୍ୟବସ୍ଥିତ କରିବାରେ ଦ୍ଵିଗୁଣା ପରିଶ୍ରମ କରିବେ। ଶିକ୍ଷକ ଓ ପୂଜକଙ୍କ ପାଇଁ ଦିନଟି ଭଲ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ହେବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ତାରିଣୀ।

ସିଂହ: ବ୍ୟବସାୟରେ ସଫଳତା ମିଳିବା ଯୋଗ ରହିଛି। କର୍ତ୍ତୃପକ୍ଷ ଆପଣଙ୍କୁ ବଡ଼ କାମ ଅର୍ପଣ କରିବେ। ଷ୍ଟକ୍‌ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ରେ ନିବେଶ ଲାଭଦାୟକ ରହିବ। କାରବାର ମାମଲାରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ସାରାଦିନ ଖୁସି ମନରେ ରହିବେ। ପାରିବାରିକ କ୍ଳେଶ ଦୂର ହେବ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ସନ୍ତୋଷୀ ମାତା।


ତୁଳା: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। କ୍ୟାରିୟର ମାମଲାରେ କିଛି ଭଲ ହୋଇପାରେ। ପୁରୁଣା ସଂପତ୍ତିରୁ ଲାଭ ହେବାର ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

ବିଛା: ସକାରାତ୍ମକ ଭାବନାରେ ରହନ୍ତୁ, କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବୟୋଜ୍ୟେଷ୍ଠଙ୍କ ପ୍ରତି ଭଲ ବ୍ୟବହାର କାଏମ ରଖନ୍ତୁ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମ ଭାବ ବୃଦ୍ଧି ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ସୂର୍ଯ୍ୟଦେବ।

ଧନୁ: ଆଗକୁ ବଢ଼ିବାର ଦିନଟିଏ। ଧନ ବୃଦ୍ଧିର ଶୁଭ ସଂକେତ ପାଇବେ। ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଭୂସଂପତ୍ତି କିଣିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମକର: ଆଇନକାନୁନ ବିବାଦ ସମାପ୍ତ କରିବାରେ ସଫଳତା ମିଳିବ। ବ୍ୟବସାୟରେ ପରିବର୍ତ୍ତନ ଦ୍ୱାରା ଆପଣଙ୍କର ଭାଗ୍ୟ ଉଜ୍ଜ୍ଵଳ ହେବ। ବରିଷ୍ଠଙ୍କ ସହଯୋଗରେ ପଦୋନ୍ନତିର ଅବସର ମିଳିବ। ଛାତ୍ରମାନେ ଦଳବଦ୍ଧ ଭାବେ ବଢ଼ିଆ କାମ କରିପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ବାବା ଚନ୍ଦନେଶ୍ୱର।


କୁମ୍ଭ: ପ୍ରଭୁଙ୍କ ଧ୍ୟାନରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ଅଫିସରେ ଆପଣଙ୍କର କୌଣସି କାମର ପ୍ରଶଂସା ହୋଇପାରେ। ବ୍ୟବସାୟରେ ପରିଧି ବଢ଼ିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସମଲେଶ୍ୱରୀ।


ମୀନ: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଆପଣଙ୍କ ପରିଶ୍ରମ ଯୋଗୁ ଭଲ ଫଳାଫଳ ମିଳିପାରେ। ଅଫିସରେ କୌଣସି ସହକର୍ମୀଙ୍କ ସହିତ ବିତର୍କ ହୋଇପାରେ। ପ୍ରେମ ସଂପର୍କରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

ସମ୍ବନ୍ଧିତ ଖବର