ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। କୌଣସି କାମରେ ଭାଇ ଭଉଣୀଙ୍କ ସାହାଯ୍ୟ ମିଳିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ମହିଳାମାନଙ୍କର ଗଳ୍ପ କବିତା ଆଦିରେ ରୁଚି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ। କାରବାର ବୃଦ୍ଧି ଲାଗି ବରିଷ୍ଠଙ୍କ ସହିତ ଆଲୋଚନା କରିବେ। ଅଚାନକ ଧନପ୍ରାପ୍ତି ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

ମିଥୁନ: ମନରେ ଧାର୍ମିକ ଭାବନା ଉଦୟ ହେବ। ବାପା ମାଆଙ୍କ ସେବା କରନ୍ତୁ, ଭଲ ଫଳ ପାଇବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ଚାକିରିଆଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଚନ୍ଦନେଶ୍ବର।

କର୍କଟ: ମାତା ପିତାଙ୍କ ସହିତ କୌଣସି ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କୋର୍ଟ କଚେରି ମାମଲାରେ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ କାର୍ଯ୍ୟରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ପୁରୁଣା ବିବାଦ ରଫା ହୋଇଯିବ। ବ୍ୟବସାୟରେ ଫାଇଦା ହେବ। ଅଫିସରେ କୌଣସି କାମର ଦାୟିତ୍ବ ମିଳିପାରେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ନିଜର ସୌଭାଗ୍ୟ ଲକ୍ଷସ୍ଥଳରେ ପହୱିବାର କୌଣସି ଅସୁବିଧା ହେବନାହିଁ। ବ୍ୟବସାୟରେ ସହକର୍ମୀଙ୍କ ଦ୍ବାରା ଲାଭ ପାଇବେ। କ˚ପାନି ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଆପଣ ଖୁବ୍‌ ଉର୍ଜାବାନ ଅନୁଭବ କରିବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିିଁ। ସରକାରୀ କାମରେ କୌଣସି ବଡ଼ ସାହାଯ୍ୟ ପାଇବେ। ପ୍ରିୟବନ୍ଧୁଙ୍କ ସହିତ ମିଳନ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

 

 

 

 

 

 

 

ବିଛା: ପୁରୁଣା କଥାକୁ ନେଇ ଅଶାନ୍ତିରେ ରହିପାରନ୍ତି। ପାରିବାରିକ କାମ ପୂରା କରିବାରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଆପଣ ଯାହାଙ୍କୁ କିଛି କହିବେ ସେ ମନା କରିବେ ନାହିିଁ। କାରବାରରେ ଧନଲାଭ ହେବ। ଅଫିସ କାମ ସହଜରେ ନିର୍ବାହ କରିବେ। ବାହନ କିଣିବା ଲାଗି ମନ ବଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବା ପାଇଁ ଦିନଟି ଭଲ। କାର୍ଯ୍ୟ କ୍ଷେତ୍ରରେ ଭଲ ଢ଼ଙ୍ଗରେ କାମ କରିବେ। କୌଣସି ବଡ଼ ଖୁସି ଖବର ପାଇବେ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ବଜାୟ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ସାଥ୍‌ ଦେବ। ଆପଣଙ୍କ ବ୍ୟକ୍ତିତ୍ବରେ ପାଖଆଖର ଲୋକେ ପ୍ରସନ୍ନ ହେବେ। ବ୍ୟବସାୟରେ ନୂଆ କାମ ଆରମ୍ଭ କରନ୍ତୁ ସଫଳତା ମିଳିବ। ପାରିବାରିକ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସ˚ଚାର ହେବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ। ଜରୁରୀ କାମ ପୂରା ହୋଇଯିବ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର