ଜାଣନ୍ତୁ ଆଜିର ରାଶିଫଳ

ମେଷ: କଳ୍ପନା ଦୁନିଆରେ ରହିବେ। ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ବ୍ୟାବସାୟିକ ଯାତ୍ରା ଲାଭପ୍ରଦ ହେବ। ପ୍ରିୟ ବନ୍ଧୁଙ୍କୁ ଉପହାର ଦେବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହବେ। ସବୁ ସମସ୍ୟାର ସମାଧାନ ହୋଇଯିବ। ଆପଣଙ୍କର କଥା ଓ କାମ କରିବାର କୌଶଳ ଲୋକଙ୍କୁ ଖୁସି କରାଇବ। ବୈବାହିକ ଜୀବନ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ମିଥୁନ: ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ପଇସାକୁ ନେଇ କାହାରି ସହିତ ମତଭେଦ ହୋଇପାରେ। ବିଦେଶ ଯାତ୍ରା ଯୋଗ ରହିଛି। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ପାଟଣେଶ୍ବରୀ।

କର୍କଟ: ଆଗକୁ ବଢ଼ିବାର ଦିନଟିଏ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଅ˚ଶୀଦାର କାରବାରରେ ଯଥେଷ୍ଟ ଲାଭ ପାଇବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ବ୍ୟବସାୟକୁ ନେଇ ମନରେ ନୂଆ ଯୋଜନା ଆସିବ। ମିତ୍ରଙ୍କ ସହାୟତାରେ କିଛି ଆଶା ପୂରା ହେବ। ଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

କନ୍ୟା: ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ବୁଦ୍ଧିଜୀବୀଙ୍କ ସହିତ ସ˚ପର୍କ ମଜଭୁତ ହେବ। ଭାବିଥିବା କାମ ସହଜରେ ପୂରା ହେବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଛାତ୍ରଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ନୂଆ ସଉଦା କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଦାତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 

 

 

 

ବିଛା: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ପୁରୁଣା ବିବାଦ ରଫା ହୋଇଯିବ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ବ୍ୟବସାୟରେ ଅଟକିଥିବା ପଇସା ପାଇବେ। ମହିଳାଙ୍କୁ ଆଜି ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ହିଙ୍ଗୁଳା।

ଧନୁ: କୌଣସି ନୂଆ କାମ ଆରମ୍ଭ କରିବା ଲାଗି ଭଲ ଦିନଟିଏ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ହରି ଶଙ୍କର।

ମକର: ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ବେପାରରେ ଆଶାଜନକ ପରିଣାମ ପାଇବେ। ମହତ୍ବପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ବିବାହ ଲାଗି ସୁନ୍ଦର ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ସୁଖ ଓ ଆନନ୍ଦମୟ ରହିବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ। ଥଣ୍ତା ପାନୀୟ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ନୂଆ ନିର୍ମାଣ ଲାଗି ଯୋଜନା କରିବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ବିମଳା।

ମୀନ: ସମୟ ଆପଣଙ୍କ ଲାଗି ଅନୁକୂଳ। ସବୁ କାମ ଆପଣଙ୍କ ମନ ମୁତାବକ ହେବ। ଚାକିରିରେ ବଡ଼ ସଫଳତା ମିଳିବା ଯୋଗ ରହିଛି। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର