ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ଜମି କାରବାରରେ ନିବେଶ ପାଇଁ ବାପାଙ୍କ ସହଯୋଗ ପାଇବେ। ଘରକୁ ଅତିଥି ଆସିବା ହେତୁ ପରିବାରରେ ଖୁସିର ବାତାବରଣ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା ଚନ୍ଦନେଶ୍ବର।

ବୃଷ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ବେପାରିଙ୍କୁ ବଡ଼ ଲାଭ ହୋଇପାରେ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ବିମଳା।

ମିଥୁନ: ଦିନଟି ଆପଣଙ୍କ ଲାଗି ସହଜ ହେବ। ସ୍ଥଗିତ ଥିବା କାମ ପୂରା ହୋଇଯିବ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ। ସମାଜରେ ମାନ ସମ୍ମାନ ପାଇବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। କାରବାରରେ ସ୍ଥଗିତ ଥିବା କାମ ପୂରା ହେବ। ଚାକିରିରେ କୌଣସି ବିଶେଷ ଦାୟିତ୍ବ ଗ୍ରହଣ କରିବେ। ଦାଂପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଭାବିଥିବା କାମ ଅତି ଶୀଘ୍ର ପୂରା କରିନେବେ। କାରବାରରେ ଧନଲାଭ ହେବ। କୌଣସି ଖବର ମିଳିବା ହେତୁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

କନ୍ୟା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଅଫିସରେ ଆପଣଙ୍କ କାମ କରିବା ଶୈଳୀରେ କର୍ତ୍ତୃପକ୍ଷ ଖୁସି ହେବେ। ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ତୁଳା: ବାପା ମାଆଙ୍କ ସହଯୋଗରେ ପରିସ୍ଥିତି ଅନୁକୂଳ ହେବ। ବଡ଼ ବ୍ୟବସାୟ ସଂସ୍ଥାର ଭାଗୀଦାରି ହୋଇପାରନ୍ତି। ଅଫିସରେ ସହଯୋଗୀଙ୍କ ସହଯୋଗ ପାଇବେ। ଅଚାନକ କୌଣସି ସମାରୋହକୁ ଯାଇପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀକୃଷ୍ଣ।

 

 

ବିଛା: ଆଜି ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିବେ। ଭାବିଥିବା ସବୁ କାମ ପୂରା ହେବ। ସେୟାର କିଣିବା ବା ନୂଆ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କିଚକେଶ୍ବରୀ।

ଧନୁ: ଧାର୍ମିକ କାର୍ଯ୍ୟରେ ସମୟ ବିତିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଆପଣଙ୍କ ମନରେ ନୂଆ ନୂଆ ଯୋଜନା ଆସିବ। କାରବାରରେ ଉନ୍ନତି ଲାଗି ନୂଆ ଅବସର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ମକର: ପ୍ରଭୁଙ୍କ ଆରାଧନାରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ଯାହା ବି କାମ କରିବେ ସହଜରେ ପୂରା ହେବ। ମିତ୍ରଙ୍କ ସହିତ କିଛି ସମୟ ବିତେଇବେ। ଲେଖକଙ୍କ ବିଚାରର ସମ୍ମାନ ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

କୁମ୍ଭ: କୌଣସି ଲକ୍ଷ୍ୟକୁ ନେଇ ଉତ୍ସାହିତ ରହିବେ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ନୂଆ କାମରେ ଧୀରେଧୀରେ ଗତି ଆସିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ କଟକଚଣ୍ତୀ।

ମୀନ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ବ୍ୟବସାୟ ଲାଗି ଭଲ ସୁଯୋଗ ପାଇବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ରୁଚି ନେଇପାରନ୍ତି। ଦାଂପତ୍ୟ ଜୀବନ ପ୍ରୀତିମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର