ଜାଣନ୍ତୁ ଆଜିର ରାଶିଫଳ

ମେଷ: ପୂଜାର୍ଚ୍ଚନାରେ ଅଧିକ ସମୟ କଟିବ। ଗରିବଙ୍କୁ ସାହାଯ୍ୟ କରିବେ। ବେପାରିଙ୍କ ଲାଗି ଦିନଟି ଭଲ ରହିବ। ବେକାରଙ୍କୁ ରୋଜଗାରର ଭଲ ଅବସର ମିଳିବ। ଜୀବନସାଥୀ ଆପଣଙ୍କ ଉପରେ ଖୁସି ରହିବେ। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

ବୃଷ: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କୁ ଆରାମ ମିଳିବ। ଘରକୁ କୌଣସି ସ˚ପର୍କିୟ ଶୁଭ ଖବର ନେଇ ଆସିବେ। ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅନ୍ୟମାନଙ୍କ ସହିତ କଥା ହେବା ବେଳେ ଠିକ୍‌ ଶଦ୍ଦ ଚୟନ କରନ୍ତୁ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ବଗଳାମୁଖୀ।

ମିଥୁନ: ଆଜି ଆପଣ ନିଜକୁ ଊର୍ଜାଭରା ଅନୁଭବ କରିବେ। ବ୍ୟବସାୟ ଅନ୍ୟ ସହରରେ ବିସ୍ତାର କରିବା ଲାଗି ଭାବିବେ। ଗଣମାଧୢମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ବଢ଼ିଆ ରହିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆପଣଙ୍କ ଦୃଷ୍ଟିକୋଣ ପ୍ରଗତିଶୀଳ ରହିବ। କାରବାରର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ଆପଣଙ୍କ କାମକୁ ପ୍ରଶ˚ସା ମିଳିବ। ସ୍ବାସ୍ଥ୍ୟ ପ୍ରତି ଧୢାନ ଦିଅନ୍ତୁ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆଜି ମନ ପ୍ରସନ୍ନ ରହିବ। ପାରିବାରିକ ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। କୌଣସି ବଡ଼ କ˚ପାନିର ଚାକିରି ଲାଗି ପ୍ରସ୍ତାବ ମିଳିବ। ଖେଳାଳିମାନେ ପ୍ରଦର୍ଶନ ଭଲ କରିବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଦିନଟି ମହତ୍ତ୍ବପୂର୍ଣ୍ଣ ବଜାୟ ରହିବ। ଚାକିରି ବୃତ୍ତିରେ ଉନ୍ନତି ହେବ। ଆପଣଙ୍କର ଧନ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଛାତ୍ରଙ୍କ କ୍ୟାରିଅରରେ ନୂଆ ମୋଡ଼ ଆସିପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

ତୁଳା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କର ସବୁ କାମ ସହଜରେ ପୂରା ହୋଇଯିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ପରିବାରରେ ଖୁସିର ବାତାବରଣ ରହିବ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ବିଛା: ଆପଣଙ୍କ ଲାଗି ସମୟ ଖୁବ୍‌ ଭଲ। ଭାବିଥିବା ଯୋଜନା ବଢ଼ିଆ ପ୍ରମାଣିତ ହେବ। ବହୁତ ନୂଆ ରୁଚି ଅନୁଭବ କରି ପାରନ୍ତି। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ଧନ ପ୍ରାପ୍ତ ହେବାର ସୁନ୍ଦର ଯୋଗ ରହିଛି। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ଧନଲାଭର ନୂଆ ରାସ୍ତା ଖୋଲିବ। ପରିବାର ସଦସ୍ୟଙ୍କ ଠାରୁ ନୂଆ ବସ୍ତ୍ର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ଭାବ ପ୍ରବଣ ରହିବେ। ଅନ୍ୟମାନଙ୍କ କଥା ଶୁଣନ୍ତୁ। ହେଲେ ନିଜ ବୁଦ୍ଧି ବିବେକରେ କାମ କରନ୍ତୁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ପତି ପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆଗକୁ ବଢ଼ିବାର ଦିନଟିଏ। ବ୍ୟବସାୟର ନୂଆ ଦିଗ ମିଳିବ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବାର ସୁଯୋଗ ମିଳିବ। ଅଟକିଥିବା ଅର୍ଥ ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମୀନ: ଆଗକୁ ବଢ଼ିବା ଲାଗି ନୂଆ ଅବସର ନଜର ଆସିବ। ପଇସା ସମ୍ବନ୍ଧିତ କୌଣସି ବଡ଼ ମାମଲା ସମାଧାନ ହୋଇଯିବ। ଭାଗିଦାରି କାରବାରରେ ଭଲ ପରିଣାମ ମିଳିବ। ସନ୍ତାନଙ୍କ ଦାୟିତ୍ବ ପୂରା କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଗାୟତ୍ରୀ।

ସମ୍ବନ୍ଧିତ ଖବର