ଜାଣନ୍ତୁ ଆଜିର ରାଶିଫଳ

ମେଷ: କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।

ବୃଷ: ମହତ୍ତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ।

ମିଥୁନ: ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା।

କର୍କଟ: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ।

ସିଂହ: ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। କାମ ସଂପୂର୍ଣ୍ଣ କରିବାରେ ଆପଣଙ୍କ ଧ୍ୟାନ ଲାଗି ରହିବ।

କନ୍ୟା: କୌଣସି କାମରେ ଅଧିକ ଯାତାୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ।

ତୁଳା: ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ।

ବିଛା: ଅଫିସ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ପ୍ରଭାବଶାଳୀଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ।

ଧନୁ: କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ।

ମକର: ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

କୁମ୍ଭ: କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କ ଲାଗି ଦିନଟି ଭଲ।

ମୀନ: ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।

ସମ୍ବନ୍ଧିତ ଖବର