ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ବିଚାରକୁ ସକାରାତ୍ମକ ରଖନ୍ତୁ। ବେପାରକୁ ନେଇ ଭାଗୀଦାରିଙ୍କ ସହିତ ମତଭେଦ ହୋଇପାରେ। ଆର୍ଥିକ ସ୍ଥିତି ଦୁର୍ବଳ ହେବାରୁ ଜରୁରୀ କାମ ସ୍ଥଗିତ ହେବ। ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଆଖଣ୍ତଳମଣି।

ବୃଷ: ଦିନଟି ଆପଣଙ୍କ ଲାଗି ଉତ୍ସାହ ଭରା ରହିବ। ଅଫିସରେ ଆପଣଙ୍କ କାମକୁ କର୍ତ୍ତୃପକ୍ଷ ପ୍ରଶ˚ସା କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଉତ୍ତମ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ମଝିଘରିଆଣୀ।


ମିଥୁନ: ଦିନଟି ଲାଭପ୍ରଦ ରହିବ। କ୍ୟାରିୟର ଗଢ଼ିବା ପାଇଁ ଭଲ ପ୍ରସ୍ତାବ ପାଇବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ଅଚାନକ କୌଣସି ଖବର ମିଳିବା ହେତୁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

କର୍କଟ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ। ଚାକିରିଆଙ୍କୁ ଉତ୍ତମ ଅବସର ମିଳିବା ଯୋଗ ରହିଛି। ପାରିବାରିକ ଜୀବନ ସୁଖ ଶାନ୍ତି ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିପାରେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟପାନୀୟର ମଜା ନେବେ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଲକ୍ଷ୍ମୀ।

କନ୍ୟା: ଆତ୍ମ ଚିନ୍ତନରେ ଅଧିକ ସମୟ ବିତିବ। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ରାଜନୀତିରେ ସଫଳତା ପାଇବେ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ଲକ୍ଷ୍ମୀଙ୍କ ଆଗମନ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ତୁଳା: ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। ଆର୍ଥିକ ସ୍ଥିତି ବିଶେଷ ରୂପେ ମଜଭୁତ ହେବ। ପରିବାର ଲୋକଙ୍କ ଠାରୁ ଖୁସି ମିଳିପାରେ। ଅଫିସରେ କାମ ସମୟ ପୂର୍ବରୁ ପୂରା ହେବ। ଲେଖକଙ୍କୁ ଆଜି ପୁରସ୍କାର ମିଳିପାରେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ହର ପାର୍ବତୀ।

ବିଛା: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। କୌଣସି ବଡ଼ କ˚ପାନିରେ ଆପଣଙ୍କୁ ଚାକିରିର ପ୍ରସ୍ତାବ ମିଳିପାରେ। ଜମିରେ ନିବେଶ ପାଇଁ ଦିନଟି ଭଲ। ସନ୍ଧ୍ୟାରେ ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଚନ୍ଦନେଶ୍ବର।

ଧନୁ: ଆଜି ଆପଣ ଟିିକେ ବିଷାଦଗ୍ରସ୍ତ ରହିବେ। କ˚ପାନି ତରଫରୁ ବିଦେଶ ଯିବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ସମୟ ଦେବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ମଙ୍ଗଳା।

ମକର: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କ୍ୟାରିୟର ମାମଲାରେ ସଠିକ୍‌ ବିଚାର କରିପାରନ୍ତି। ଶତ୍ରୁଙ୍କ ଉପରେ ବିଜୟ ହାସଲ କରିବେ। ବ୍ୟବସାୟ‌େର ଶୀଘ୍ର ଫଇସଲାରୁ ଲାଭ ମିଳିବ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆପଣଙ୍କ ଭାବନା ରଚନାତ୍ମକ ରହିବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିନେବେ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭପ୍ରଦ। ଆର୍ଥିକ ସ୍ଥିତି ଭଲ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ବରୀ।

ମୀନ: ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ। ସନ୍ତାନଙ୍କ ସଫଳତାରେ ମନ ଖୁସି ରହିବ। ବନ୍ଧୁଙ୍କ ସହିତ ମଉଜ ମଜଲିସ ଓ ମନୋର˚ଜନ କାର୍ଯ୍ୟରେ ସମୟ କଟିବ। ବେକାରଙ୍କୁ ରୋଜଗାର ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ଶ୍ରୀ ଗଣେଶ।

ସମ୍ବନ୍ଧିତ ଖବର