ଜାଣନ୍ତୁ ଆଜିର ରାଶିଫଳ

ମେଷ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହୋଇପାରେ। ଠିକ ଫଇସଲା ନେବାରେ ସହଜ ହେବ। ଆୟର ନୂଆ ସ୍ରୋତ ପ୍ରାପ୍ତ ହେବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ଛୋଟ ଛୋଟ କଥାରେ ଧୢାନ ଦିଅନ୍ତୁ, କାମ ଧନ୍ଦାରେ ସଫଳତା ମିଳିବ। ଅଫିସରେ କୌଣସି ନୂଆ କାମର ଦାୟିତ୍ବ ମିଳିପାରେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମିଥୁନ: ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ବ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବ। ଚାକିରିଆଙ୍କୁ ଅଫିସରେ ଭଲ ଖବର ମିଳିବ। ଆପଣଙ୍କର ଅଧସ୍ତନ କର୍ମଚାରୀ ଆପଣଙ୍କଠାରୁ କିଛି କାମ ଶିଖିବାକୁ ଚାହିଁବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

କର୍କଟ: ଦିନଟି ସକାରାତ୍ମକଭରା ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। କୌଣସି ନୂଆ କାମରେ ଆପଣଙ୍କୁ ସଫଳତା ନିଶ୍ଚୟ ମିଳିବ। ପରିବାରରେ ସମସ୍ତଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆଜି ଆପଣ ସୁସ୍ଥ ଓ ସତେଜ ଅନୁଭବ କରିବେ। ରୋଜଗାର କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିପାରେ। ଫେସନ ଡ଼ିଜାଇନିଙ୍ଗ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ବିଦେଶ ଯାତ୍ରା କରିବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଅମ୍ବିକା।

କନ୍ୟା: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। କୌଣସି ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ପ୍ରଭାବକାରୀ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ତୁଳା:ଚାକିରିଆଙ୍କ ପାଇଁ ଦିନଟି ଅନୁକୂଳ। ନୂଆ ଦାୟିତ୍ବ ଗ୍ରହଣ କରିବେ। ବ୍ୟବସାୟର ବୃଦ୍ଧି ଲାଗି ନିକଟ ବନ୍ଧୁ ସହଯୋଗ କରିବେ। ପଡା଼ପଡେ଼ାଶୀ ଆପଣଙ୍କ ବ୍ୟବହାରରେ ଖୁସି ହେବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ସୂର୍ଯ୍ୟଦେବ।

 

ବିଛା: ଦିନଟି ଆପଣଙ୍କ ଲାଗି ମହତ୍ତ୍ବପୂର୍ଣ୍ଣ ରହିବ। କାମ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଏବ˚ ତହିଁରେ ଲାଭ ପାଇବେ। ବନ୍ଧୁମାନଙ୍କ ସହିତ ଆପଣଙ୍କର ଭଲ ସମୟ ଅତିବାହିତ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ଧନୁ: ଆପଣଙ୍କ କୌତୁକିଆ ସ୍ବଭାବ ଲୋକପ୍ରିୟତା ବୃଦ୍ଧିରେ ସହାୟକ ହେବ। କ୍ୟାରିଅର ମାମଲାରେ ଆପଣଙ୍କ ସହିତ କିଛି ଭଲ ହୋଇପାରେ। ବନ୍ଧୁଙ୍କ ସହିତ କୌଣସି ଖାସ୍‌ ବିଷୟ ଉପରେ କଥାବାର୍ତ୍ତା ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ସୂର୍ଯ୍ୟଦେବ।

ମକର: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। କିଛି ଲୋକ ଆପଣଙ୍କ କାମର ଦୋଷ-ତ୍ରୁଟି ବାହାର କରିପାରନ୍ତି। ବ୍ୟବସାୟରେ ବିରୋଧୀଙ୍କ ପ୍ରତି ସାବଧାନ ରହନ୍ତୁ। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

କୁମ୍ଭ: ଦିନଟି ଲାଭପ୍ରଦ ରହିବ। କୌଣସି ଜରୁରୀ କାମ କରନ୍ତୁ ସଫଳତା ମିଳିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହେବ। ଛାତ୍ରୀଙ୍କର ଲେଖାପଢ଼ାରେ ରୁଚି ବଢ଼ିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

ମୀନ: ଦିନଟି ଆପଣଙ୍କୁ ଆରାମ ଦେବ। ପ୍ରତିଟି କାମରେ ସଫଳତା ମିଳିବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଚାକିରି ସମ୍ବନ୍ଧରେ ଶୁଭ ସ˚କେତ ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର