ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବି ପାରନ୍ତି। କୌଣସି କାମରେ ଅଧିକ ପରିଶ୍ରମ ଓ ସମୟ ଲାଗିବ। ବାଦ ବିବାଦ ଠାରୁ ଦୂରରେ ରହନ୍ତୁ। ମହିଳାମାନେ ବାହାରକୁ ଯିବା ସମୟରେ ନିଜର ପର୍ସକୁ ବିଶେଷ ଧୢାନ ରଖନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।

ବୃଷ: ନୂଆ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ। ଆଗକୁ ବଢ଼ିବା ଲାଗି ଭାଗ୍ୟର ପୂରା ପୂରା ସାଥ ମିଳିବ। ଶିକ୍ଷକଙ୍କ ଲାଗି ସଫଳତାର ଦିନଟିଏ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ ଦେବେ। ଘରକୁ ବନ୍ଧୁ ଆସିବା ଯିବା ଲାଗି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। କାମ ଓ ପରିଶ୍ରମରୁ ଆପଣଙ୍କୁ ପୂରା ଫାଇଦା ମିଳିବ। ଚାକିରିଆଙ୍କୁ ସହଯୋଗୀଙ୍କ ସାହାଯ୍ୟ ମିଳିବ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା କପିଳାସ।

କର୍କଟ: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ରହିବ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଅଚାନକ ଧନପ୍ରାପ୍ତି ହେବ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସି˚ହ: ନିଜ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶିପାରନ୍ତି। ନୂଆ ଘର ବା ଭୂସ˚ପତ୍ତି କିଣିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: କଫି। ଆରାଧନା: ମାଆ ବିରଜା।

 

କନ୍ୟା: ନିଜକୁ ଊର୍ଜାବାନ ଅନୁଭବ କରିବେ। ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ବହୁମୂଲ୍ୟ ବସ୍ତୁ କିଣିବା ଲାଗି ମନରେ ଆଗ୍ରହ ବଢ଼ିବ। ଦାଂପତ୍ୟ ଜୀବନ ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ତୁଳା: ଆପଣଙ୍କ କାମ ପୂରା କରିବାରେ କେହି ଅବରୋଧ କରିପାରିବେ ନାହିଁ। ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ। ସମାଜରେ ଆପଣଙ୍କ ମାନ ସମ୍ମାନ ବଢ଼ିବ। ଜୀବନସାଥୀଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମହାଦେବ।

 

ବିଛା: ଦେବୀମାତାଙ୍କ ଆରାଧନାରେ ମନର ସକାରାତ୍ମକ ଶକ୍ତି ସ˚ଚାର ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବା ହେତୁ ସନ୍ତୁଷ୍ଟି ମିଳିବ। ଆୟର ନୂଆ ସ୍ରୋତ ସାମନାକୁ ଆସିବ। ପରିବାର ଲୋକଙ୍କ ସହିତ ଖୁସିର ମୁହୂର୍ତ୍ତ ବିତେଇବେ। ଶୁଭରଙ୍ଗ: ମେରୁନ। ଆରାଧନା: ମହାଲକ୍ଷ୍ମୀ।

 

ଧନୁ: କୌଣସି କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ଭାଗ୍ୟର ଭରସାରେ ସ˚ପୂର୍ଣ୍ଣ ରୂପେ ରହନ୍ତୁ ନାହିଁ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶରୀରକୁ ସୁସ୍ଥ ରଖିବା ଲାଗି ପ୍ରତିଦିନ ପ୍ରାତଃ ଭ୍ରମଣ ଓ ଯୋଗ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ। ା

 

ମକର: ଆପଣଙ୍କ ବ୍ୟକ୍ତିତ୍ବରେ ସୁପରିପାଟୀ ଆସିବ। ଜୀବନସାଥୀଙ୍କ ସହଯୋଗରେ କୌଣସି ଜରୁରୀ କାମ ପୂରା ହେବ। ହୋଟେଲ ମ୍ୟାନଜରଙ୍କୁ ଧନଲାଭ ହେବ। ସାମାଜିକ କାର୍ଯ୍ୟ ଲାଗି ଆପଣଙ୍କୁ ସମ୍ମାନିତ କରାଯାଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ବ୍ୟବସାୟରେ ଶୀଘ୍ର ଫଇସଲା ଲାଭପ୍ରଦ ହେବ। ଅଫିସରେ ଆପଣଙ୍କ କାମକୁ ପ୍ରଶ˚ସା ମିଳିବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ। ସଙ୍ଗୀତ ଛାତ୍ରୀଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ। ନୂଆ ବାହନ କିଣିବା ପାଇଁ ମନ ବଳିବ। ବ୍ୟବସାୟରେ ଆପଣଙ୍କର ସଫଳତା ସୁନିଶ୍ଚିତ ହେବ। କ˚ପାନି ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର