ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଅଫିସରେ ବଡ଼ ଅଧିକାରୀମାନଙ୍କ ସହଯୋଗ ପାଇବେ। ଆପଣଙ୍କର ସବୁ କାମ ଠିକ୍ ସମୟରେ ପୂରା ହେବ। ବ୍ୟବସାୟୀଙ୍କୁ ଆଶା ଠୁଁ ଅଧିକ ଲାଭ ମିଳିବ। ଦାଂପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ଦିନଟି ଠିକ୍‌ଠାକ୍‌ ରହିବ। ଆପଣ ଭାବିଥିବା କାମ ପୂରା ହେବ। କଳାକାରଙ୍କୁ ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ। ମିତ୍ରଙ୍କ ଠାରୁ ସୁସମ୍ବାଦ ପାଇବେ। ପରିବାର ଲୋକଙ୍କ ସହିତ ଖୁସିର ମୁହୂର୍ତ୍ତ ବିତେଇବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

ମିଥୁନ: ମନରେ ଖାସ୍‌ କାମ ପୂରା କରିବାର ଉପାୟ ଆସିବ। ରାଜନୀତିରେ ସଫଳତା ପାଇବେ। କାରବାରରେ ଆପଣଙ୍କୁ ଲାଭ ହି ଲାଭ ହେବ। ଘରେ ସଦସ୍ୟମାନଙ୍କର ଉତ୍ସାହ ବଜାୟ ରହିବ। ଆପଣଙ୍କର ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କର୍କଟ: କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ। ଆର୍ଥିକ ସ୍ଥିତିରେ ଉଠାଣ-ଗଡ଼ାଣ ରହିବ। କବିମାନେ ନୂଆ କବିତା ରଚନା କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

ସି˚ହ: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନ ପ୍ରତିଷ୍ଠା ବଢ଼ିବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କୁ ବଢ଼ିଆ ଚାକିରି ମିଳିବ। ଅଚାନକ ଘରକୁ କୌଣସି ମିତ୍ର ଆସିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କନ୍ୟା: ନୂଆ ଭିତ୍ତି ରଖିବା ଲାଗି ଦିନଟି ଅନୁକୂଳ। ଲୋକେ ଆପଣଙ୍କୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ଇ˚ଜିନିଅରଙ୍କ ଲାଗି ଦିନଟି ବଢ଼ିଆ ରହିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ମନରେ ଧାର୍ମିକ ଭାବନା ଉଦୟ ହେବ। ପଡ଼ା-ପଡେ଼ାଶୀ ଆପଣଙ୍କ ଭଲ ବ୍ୟବହାରରେ ଖୁସି ହେବେ। ଆପଣଙ୍କ କାମ ଧନ୍ଦାରେ ସ୍ଥିରତା ବଜାୟ ରହିବ। ଆପଣଙ୍କୁ ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ଅଧୢୟନରେ ମନ ଲାଗିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭୈରବୀ।

ବିଛା: କାମ ଅଧିକ ଲାଭ କମ୍‌ ମିଳିବାର ଆଶା ରହିଛି। ବନ୍ଧୁଙ୍କ ଠାରୁ କୌଣସି ପ୍ରଶ୍ନର ଉତ୍ତର ବୁଝିବାର ସାହାଯ୍ୟ ମିଳିବ। ପରିବାର ଲୋକଙ୍କ ସହିତ କଥା କହିବା ସମୟରେ ଭାଷା ଉପରେ ସ˚ଯମ ରଖନ୍ତୁ। ସନ୍ତାନଙ୍କ ଶିକ୍ଷାରେ ଉନ୍ନତି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀଗଣେଶ।

ଧନୁ: ଆଜି ଆପଣଙ୍କର ଊର୍ଜାର ସ୍ତର ବଢ଼ିବ। ଭବିଷ୍ୟତ୍ ଲାଗି ପଇସା ଜମା କରିବାର ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଉନ୍ନତି ହେବ। ନୂଆ ଲୋକଙ୍କ ସହିତ ଆପଣ ସ˚ପର୍କ ଗଢ଼ିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ନୂତନତ୍ବ ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ଦିନଟି ଆପଣଙ୍କୁ ଢେ଼ରସାରା ଫାଇଦା ଦେବ। ବେପାର ମାମଲାରେ ନୂଆ ନୂଆ ବିଚାର ଆସିବ। ଆର୍ଥିକ ସ୍ଥିତି ସୁଧୁରିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଶତ୍ରୁଙ୍କୁ ପରାସ୍ତ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀଗଣେଶ।

 

କୁମ୍ଭ: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। କାମ ପ୍ରତି ଆପଣଙ୍କର ଉତ୍ସାହ ବଢ଼ିବ। ଧନଲାଭର ନୂଆ ରାସ୍ତା ନଜର ଆସିବ। ମହିଳା ବନ୍ଧୁଙ୍କ ମାଧୢମରେ ଆପଣଙ୍କର କିଛି ଆଶା ପୂରା ହେବ। ଛାତ୍ରଙ୍କୁ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ। ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି। ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡ଼ିପାରେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଛୋଟ ପିଲାମାନେ ପଢ଼ିବାରେ ରୁଚି ନେବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଗାୟତ୍ରୀ।

ସମ୍ବନ୍ଧିତ ଖବର