ଜାଣନ୍ତୁ ଆଜିର ରାଶିଫଳ

ମେଷ: ଧୈର୍ଯ୍ୟ ଧରି କାମ କରନ୍ତୁ, ସଫଳତାର ପାହାଚ ଚଢ଼ିବେ। ଯାନ କିଣିବାର ଆଶା ପୂରା ହୋଇପାରେ। ସନ୍ଧ୍ୟାରେ କୌଣସି ଘନିଷ୍ଠ ବନ୍ଧୁଙ୍କ ସହ ସୁଖଦ ସମୟ କାଟିବେ। ‌

ବୃଷ: ଅଫିସରେ କାମ ସଂପୂର୍ଣ୍ଣ କରିବାରେ ବାଧା ଆସିପାରେ। ଉଚ୍ଚ ଅଧିକାରୀଙ୍କ ସହଯୋଗରେ କାମ ପୂରା ହେବ। ଖେଳାଳିଙ୍କର ପ୍ରଦର୍ଶନ ଭଲ ରହିବ।

ମିଥୁନ: ଚାକିରି ବୃତ୍ତିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ। ମନୋରଂଜନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ। ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ। ‌

କର୍କଟ: କରିଆସୁଥିବା କାମରୁ ଆପଣଙ୍କୁ ଲାଭ ମିଳିପାରେ। ଆପଣଙ୍କ ସକାରାତ୍ମକ ବିଚାରରେ ‌ଲୋକେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀଙ୍କ ଖୁସି ଲାଗି ଦିନଟି ନୂଆ ଅବସର ନେଇ ଆସିବ।

ସିଂହ: ପରିବାର ସହିତ ଧର୍ମାନୁଷ୍ଠାନକୁ ଯ‌ାଆନ୍ତୁ ଶୁଭ ହେବ। ଅତୀତ କଥା ପାସୋରି ନୂଆ କାମ ଶୁଭାରମ୍ଭ କରନ୍ତୁ। ସଂଚାର ଓ ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ।

କନ୍ୟା: ଆଧ୍ୟାତ୍ମିକ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢ଼ିବ। ଜମିରେ ଲାଗି ରହିଥିବା ବିବାଦ ସମାପ୍ତ ହୋଇଯିବ। ଶିକ୍ଷକଙ୍କ ଲାଗି ଦିନଟି ଭଲ। ଲୋକଙ୍କ ଉପରେ ଆପଣ ପ୍ରଭାବ ବିସ୍ତାର କରିବେ।

ତୁଳା: ସାରାଦିନ କାମରେ ବ୍ୟସ୍ତ ରହିବେ। ଆପଣଙ୍କର ଉଦାର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ନୂଆ କାରବାରରେ ପୁଞ୍ଜି ଲଗାଇବା ପୂର୍ବରୁ ପରିବାରରେ ବଡ଼ଙ୍କ ଅନୁମତି ନିଅନ୍ତୁ।

ବିଛା: ଆୟ ବୃଦ୍ଧିର ନୂଆ ମାର୍ଗ ଖୋଲିବ। ଅଫିସରେ ସହକର୍ମୀଙ୍କ ଉପରେ ରାଗନ୍ତୁ ନାହିଁ। ବିବାହିତା ବ୍ୟକ୍ତି ଘରର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଛାତ୍ରଙ୍କ ଲାଗି ଦିନଟି ଭଲ।

ଧନୁ: ବ୍ୟବସାୟୀଙ୍କୁ ଲାଭ ମିଳିବ। ବହୁ ଦିନ ପରେ ଅନ୍ତରଙ୍ଗ ବନ୍ଧୁ ସହିତ ଫୋନରେ କଥା ହେବେ। କଳାକ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସଫଳତା ମିଳିପାରେ।

ମକର: କାରବାର ଲାଗି ଦିନଟି ଭଲ। ବନ୍ଧୁ ଠାରୁ ଆର୍ଥିକ ସହାୟତା ମିଳିପାରେ। ଆପଣଙ୍କ ବ୍ୟବହାରରେ ଅଫିସର ଲୋକ ପ୍ରଭାବିତ ହେବେ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

କୁମ୍ଭ: ଆପଣ ଯଥେଷ୍ଟ କାମ ସଂପୂର୍ଣ୍ଣ କରିପାରିବେ। ଆର୍ଥିକ ସ୍ଥିତିରେ ସୁଧାର ହୋଇପାରେ। ସନ୍ତାନ ଭଲ ଖବର ଶୁଣାଇବେ। ଜୀବନସାଥୀଙ୍କ ସ୍ନେହ ପାଇବା ହେତୁ ଆନନ୍ଦିତ ହେବେ।

ମୀନ: ଆପଣଙ୍କ ବିଚାର ସକାରାତ୍ମକ ରଖନ୍ତୁ। କ୍ୟାରିୟର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଯାନ କିଣିବା ଲାଗି ଦିନଟି ଶୁଭ। ଦାମ୍ପତ୍ୟ ଜୀବନରେ ଭଲ ତାଳମେଳ ବଜାୟ ରହିବ।

ସମ୍ବନ୍ଧିତ ଖବର