ମେଷ: ଭଲ ଖବର ଶୁଣିବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଆପଣ ପରିଶ୍ରମ ଅନୁସାରେ ଲାଭ ପାଇବେ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଧୁର ହେବ।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: ପାରିବାରିକ ଜୀବନ ସୁଖକର ହେବ। ସାମାଜିକ ସ୍ତରରେ ଆପଣଙ୍କର ଲୋକପ୍ରିୟତା ବଢ଼ିବ। ଘରର ଆର୍ଥିକ ସମସ୍ୟାର ସମାଧାନ ହେବ। ବେକାରଙ୍କୁ ରୋଜଗାରର ମଉକା ମିଳିବ।
ମିଥୁନ: କ୍ୟାରିୟରରେ ଭଲ ପରିଣାମ ମିଳିବା ଯୋଗ ଅଛି। ବନ୍ଧୁ ସହ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇପାରେ। ଦାମ୍ପତ୍ୟ ଜୀବନରେ ଶାନ୍ତି ବଜାୟ ରହିବ। ସୁସ୍ବାଦୁ ଖାଦ୍ୟ ଖାଇବେ।
କର୍କଟ: ବେପାରରେ ଯୋଜନାବଦ୍ଧ ରୂପେ କାମ କରିବେ। ଧନ ବୃଦ୍ଧି ହେବାର ସମ୍ଭାବନା ଅଛି। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ।
ସିଂହ: ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ଆତ୍ମବିଶ୍ବାସ ବଳରେ ବହୁତ କିଛି କରିପାରିବେ। ବିଦ୍ୟାର୍ଥୀଙ୍କୁ ଲକ୍ଷ୍ୟ ହାସଲ ପାଇଁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ।
କନ୍ୟା: କିଣାବିକାରେ ସାବଧାନତା ଅବଲମ୍ବନ କରନ୍ତୁ। କୌଣସି ମାମଲାରେ ଆପଣଙ୍କ ଠାରୁ କେହି ପରାମର୍ଶ ନେଇ ପାରନ୍ତି। ପାରିବାରିକ ଜୀବନ ଉତ୍ସବମୁଖର ହେବ।
ତୁଳା: ବନ୍ଧୁ ଠାରୁ ଭଲ ପରାମର୍ଶ ପାଇବେ। ଅଜଣା ବ୍ୟକ୍ତିଙ୍କ ଉପରେ ଭରସା ନକଲେ ଭଲ। ଧନ୍ଦାମୂଳକ ପାଠ ପଢୁଥିବା ଛାତ୍ର କିଛି ନୂଆ ଶିଖିବେ। ଦାମ୍ପତ୍ୟ ଜୀବନରେ ଖୁସି ବଢ଼ିବ।
ବିଛା: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତ୍ୟଧିକ ରହିବ। ନୂଆ କାମ ଆରମ୍ଭ କରିବା ଲାଗି ଯୋଜନା ତିଆରି କରିବେ। ଜୀବନସାଥୀର ଭାବନା ବୁଝିବାକୁ ସବୁ ପ୍ରକାର ପ୍ରୟାସ କରିବେ।
ଧନୁ: ଉପଯୁକ୍ତ ଯୋଜନା କ୍ୟାରିୟରରେ ପରିବର୍ତ୍ତନ ଆଣିବ। ଭଲ ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ଚାକିରିଆଙ୍କ ଲାଗି ଦିନଟି ଭଲ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ।
ମକର: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ବନ୍ଧୁଙ୍କୁ କୌଣସି ସମସ୍ୟା କହିବେ। ଗ୍ରାଫିକ ଡିଜାଇନର୍ଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଦରମା ବୃଦ୍ଧିର ଖବର ପାଇବେ।
କୁମ୍ଭ: ବାପାମାଆଙ୍କ ସହ କୌଣସି ସ୍ଥାନକୁ ଯିବାର ଯୋଜନା କରିବେ। ଆପଣଙ୍କର ନୂଆ କୌଶଳ ବ୍ୟବସାୟକୁ ଆଗକୁ ବଢ଼ାଇବ। ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ।
ମୀନ: ବାକି ଥିବା କାମ ସମାପ୍ତ କରିବାରେ ସଫଳ ହେବେ। ଜମିରେ ନିବେଶ ପାଇଁ ଭଲ ଦିନଟିଏ। ପ୍ରିୟଜନଙ୍କ ସହ ରାତ୍ରିଭୋଜନର ଯୋଜନା କରିବେ।