ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। କାହାରିକୁ ନୂଆ ବନ୍ଧୁ ଭାବେ ଗ୍ରହଣ କରିବେ। ସାମାଜିକ ଆୟୋଜନରେ ସହଭାଗିତା କରିବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ଚାକିରି ଅନ୍ବେଷଣରେ ଥିବା ବ୍ୟକ୍ତିବିଶେଷଙ୍କର ମନକାମନା ପୂରା ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମିଥୁନ: ଆଜି ଆପଣ ହାସ୍ୟକୌତୁକ ମନୋଭାବରେ ରହିବେ। ବନ୍ଧୁଙ୍କ ସହିତ ସମୟ କଟିବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ରାସ୍ତା ଖୋଲିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ।

କର୍କଟ: ସବୁ କାମ ଆପଣଙ୍କ ମନମୁତାବକ ହେବ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ପ୍ରତିଷ୍ଠା ବଢ଼ିବ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ। ଘରେ ଖୁସିର ମାହୋଲ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ସି˚ହ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। କର୍ତ୍ତୃପକ୍ଷ ଆପଣଙ୍କ କାମକୁ ପ୍ରଶ˚ସା କରିବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିବ। ସନ୍ତାନଙ୍କ ଠାରୁ ସୁଖ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବଗଳାମୁଖୀ।

କନ୍ୟା: ପରିବାର ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। କିଛି ଖାସ୍‌ କାମ କରିବାରେ ସଫଳ ହୋଇପାରନ୍ତି। ବ୍ୟବସାୟ ପାଇଁ ଦିନଟି ଭଲ ରହିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ହର ପାର୍ବତୀ।

ତୁଳା: ଆଜି ଆପଣ ଟିକେ ସତର୍କ ରହିବାର ଆବଶ୍ୟକତା ରହିଛି। ଅଫିସରେ କୌଣସି କଥାକୁ ନେଇ କର୍ତ୍ତୃପକ୍ଷଙ୍କ ସହିତ ମତଭେଦ ହୋଇପାରେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଲିଙ୍ଗରାଜ।

ବିଛା: ଆଜି ଆପଣଙ୍କର ବଡ଼ରୁ ବଡ଼ କାମ ହୋଇଯିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ରାଜନୀତିରେ ସୀମା ବଢ଼ାଇବେ। ମହିଳାଙ୍କୁ ଆଜି ଘର କାମରେ ପତିଙ୍କ ସହଯୋଗ ମିଳିବ। ଛାତ୍ରଙ୍କୁ କୌଣସି ଶୁଭ ଖବର ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ଧନୁ: ସଫଳତାର ନୂଆ ପାହାଚରେ ପାଦ ରଖିବେ। ସରକାରୀ କାମ କରୁଥିବା ବ୍ୟକ୍ତିବିଶେଷଙ୍କୁ ‌େପ୍ରାତ୍ସୋହନ ମିଳିପାରେ। ଥଣ୍ତା ପାନୀୟ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ସ୍ବଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ। ଧାର୍ମିକ କାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି। ଆପଣଙ୍କୁ କୌଣସି ଶୁଭ ଖବର ମିଳିପାରେ। ଆମଦାନିରେ ଅଚାନକ ବୃଦ୍ଧି ହେବ। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ସବୁ ଦିଗରୁ ଭଲ ରହିବ। ବନ୍ଧୁଙ୍କ ମାଧୢମରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ମୀନ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ନିକଟ ସ˚ପର୍କୀୟଙ୍କ ମାଧୢମରେ ଫାଇଦା ହେବ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର