ଜାଣନ୍ତୁ ଆଜିର ରାଶିଫଳ

ମେଷ: ପ୍ରଭୁଙ୍କ ଆରାଧନାରେ ମନ‌େର ସକାରାତ୍ମକ ଶକ୍ତି ସ˚ଚାର ହେବ। ଆପଣଙ୍କ କାମରେ ସିନିୟରଙ୍କ ସହଯୋଗ ମିଳିବ। ଅଚାନକ ଧନଲାଭ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଲୋକନାଥ।

ବୃଷ: ଜୀବନକୁ ସକାରାତ୍ମକ ବନାନ୍ତୁ। ଆଜି ଆପଣ ଯାହା ବି କରିବେ ସଫଳ ହେବେ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଗୁପ୍ତେଶ୍ବର।

ମିଥୁନ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ସାମାନ୍ୟ ପରିଶ୍ରମରୁ ଯଥେଷ୍ଟ ଲାଭ ପାଇବେ। ଅଫିସରେ ସହକର୍ମୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଜୀବନସାଥୀଙ୍କ ସହିତ ରାତ୍ରି ଭୋଜନ ପାଇଁ ହୋଟେଲକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

କର୍କଟ: ଆପଣଙ୍କ ଭାବନା ଓ ବ୍ୟବହାର ଉପରେ ନିୟନ୍ତ୍ରଣ ରଖନ୍ତୁ। ପୂରା ହେବାକୁ ଯାଉଥିବା କାର୍ଯ୍ୟରେ ବାଧା ଉତ୍ପନ୍ନ ହୋଇପାରେ। ରାଜନୀତିକ କାମରେ ରୁଚି ରହିବ। ସ୍ବାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ସି˚ହ: ଦିନଟି ସକାରାତ୍ମକ ଭରା ରହିବ। ପିତାମାତାଙ୍କ ପରାମର୍ଶ ଆପଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। କାହାରି ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆପଣ ଶାନ୍ତ ଓ ଚିନ୍ତା ମୁକ୍ତ ରହିବେ। ମନ୍ଦିରଙ୍କୁ ଯାଇ ଠାକୁର ଦର୍ଶନ କରନ୍ତୁ; ଆପଣଙ୍କର ଗୋଟେ ପରେ ଗୋଟେ କାମ ପୂରା ହୋଇଯିବ। ପରିବାରଜନଙ୍କ ଠାରୁ ଖୁସି ମିଳିବ। ସୁସ୍ଥ ଅନୁଭବ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବିରଜା।

ତୁଳା: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। ଉଚ୍ଚଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। କାରବାର ମାମଲାରେ ବିଦେଶ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ବିଛା: ଆପଣଙ୍କ ପାଇଁ ସମୟ ଅନୁକୂଳ। ଉଚ୍ଚାଧିକାରୀଙ୍କ ସହଯୋଗ ସରଳତାରେ ପ୍ରାପ୍ତି ହେବ। ବେପାରରୁ ଆଶାଠୁଁ ଅଧିକ ଲାଭ ପାଇବେ। ଭୂସ˚ପତ୍ତି କିଣିବା ଯୋଗ ରହିଛି। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଅଚାନକ କୌଣସି ଶୁଭ ଖବର ପାଇବେ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମକର: ଆଜି ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ଆଲୋଚନା ହେବ। ତାଙ୍କ ମାଧୢମରେ ଭବିଷ୍ୟତରେ ପୂରା ଫାଇଦା ମିଳିବ। ବିଦେଶ ଯାତ୍ରାର ଯୋଗ ରହିଛି। ପାରିବାରିକ ଦାୟିତ୍ବ ପୂରା ହେବାରୁ ଆପଣଙ୍କୁ ସନ୍ତୋଷ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଗାୟତ୍ରୀ।

କୁମ୍ଭ: ଆଜି ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିବେ। ପୁରୁଣା ମନକାମନା ପୂରା ହେବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଜୀବନସାଥୀଙ୍କ ସହିତ କୌଣସି ସମାରୋହକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ମୀନ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର