ମେଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଅନ୍ୟର ଉତ୍ସାହ ଦେଖି ଆପଣ ପ୍ରଭାବିତ ହେବେ। ଅଫିସରେ ଆପଣଙ୍କ ପ୍ରଦର୍ଶନରେ କର୍ତ୍ତୃପକ୍ଷ ଖୁସି ହେବେ।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: ପଡ଼ୋଶୀ ଆପଣଙ୍କ ଭଲ ବ୍ୟବହାରରେ ଖୁସି ରହିବେ। ଆୟର ନୂଆ ଉତ୍ସ ସମ୍ମୁଖକୁ ଆସିବ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ।
ମିଥୁନ: ଆପଣଙ୍କର ସବୁ କାମ ନିର୍ଦ୍ଧାରିତ ସମୟରେ ପୂରା ହେବ। ଶତ୍ରୁଙ୍କୁ ପରାସ୍ତ କରିବେ। ଜୀବନସାଥୀ ଆପଣଙ୍କୁ ଭଲ ଜିନିଷ ଦେଇପାରନ୍ତି। ବ୍ୟବସାୟୀଙ୍କୁ ଧନଲାଭ ହେବ।
କର୍କଟ: ଆପଣଙ୍କ ମନ ସକାରାତ୍ମକ ରହିବ। ଭାବିଥିବା ସବୁ କାମ ପୂରା ହେବ। ଧନଲାଭର ନୂଆ ରାସ୍ତା ଦୃଷ୍ଟିଗୋଚର ହେବ। ବିବାହିତ ଦମ୍ପତି ବାହାରକୁ ବୁଲି ଯିବେ।
ସି˚ହ: ମନରେ ନୂଆ ବିଚାର ଆସିବ। ଆପଣଙ୍କୁ ପରିଶ୍ରମର ଫଳ ନିଶ୍ଚୟ ମିଳିବ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ହେବ। ଘରକୁ କୌଣସି ବନ୍ଧୁ ଆସିବେ।
କନ୍ୟା: ଖୋଦ୍କୁ ପ୍ରମାଣିତ କରିବା ଲାଗି ଭଲ ଦିନଟିଏ। ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପ୍ରେମ ଜୀବନ ଭଲ ରହିବ।
ତୁଳା: ଆପଣଙ୍କର ସ୍ବଭାବ ସକାରାତ୍ମକ ରହିବ। କ୍ୟାରିୟରରେ ପରିବର୍ତ୍ତନ ଆଣିବା ଲାଗି ଅବସର ମିଳିପାରେ। ପରିବାର ସହିତ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିବେ।
ବିଛା: ଅଧିକ ପରିଶ୍ରମ ପରେ ବି କମ୍ ଲାଭ ମିଳିପାରେ। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ଅଫିସରେ ନିଜ କାମର ଶ୍ରେୟ ଅନ୍ୟ କାହାରକୁ ଦିଅନ୍ତୁ ନାହିଁ।
ଧନୁ: ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ। କାରବାରରେ ଲାଭ ହେବାର ଯୋଗ ରହିଛି। ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ପାଇବେ।
ମକର: ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ଉତ୍କୃଷ୍ଟ କରିବ। କାହାରି ସହିତ କଥାବାର୍ତ୍ତା ବେଳେ ବ୍ୟବହାର ନମ୍ର ରଖନ୍ତୁ। ପାରିବାରିକ ଜୀବନ ସୁଖକର ହେବ।
କୁମ୍ଭ: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। କୌଣସି ପୁରୁଣା ବନ୍ଧୁ ସହିତ ମିଶିବା ଲାଗି ଇଚ୍ଛା ହେବ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଉପାର୍ଜନ ମିଳିବ।
ମୀନ: ପ୍ରଭୁଙ୍କ ଧୢାନ ଦ୍ବାରା ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଙ୍କର ଲେଖାପଢ଼ାରେ ବାଧା ଦୂର ହେବ।