ଜାଣନ୍ତୁ ଆଜିର ରାଶିଫଳ

ମେଷ: ଜୀବନର ସଫଳତା ଲାଗି ଦିନଟିଏ। ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ। କୌଣସି କାମ ପାଇଁ ଯୋଜନା କରିବେ। ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲା ସମାଧାନ ହୋଇଯିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ବୃଷ: ଆପଣଙ୍କ ଲାଗି ଦିନଟି ଖଟାମିଠା ରହିବ। ଆଜି ଆପଣ କୌଣସି ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନେବା ଦରକାର। ଗମ୍ଭୀର ମାମଲା ଶାନ୍ତି ଓ ଧୈର୍ଯ୍ୟ ଧରି ସମାଧାନ କରନ୍ତୁ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ ହୋଇପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନ: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। କାରବାରରେ ଆପଣଙ୍କର ଲାଭ ହିଁ ଲାଭ ହେବ। ଜୀବନସାଥୀଙ୍କର ଢେରସାରା ପ୍ରେମ ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ କୀଚକେଶ୍ବରୀ।

କର୍କଟ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ନୂଆ ଦାୟିତ୍ବ ଆପଣଙ୍କୁ ଜଲଦି ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଧନଲାଭର ସୁଯୋଗ ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ସି˚ହ: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ। ମାନସିକ ଶାନ୍ତି ଅନୁଭବ କରିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟବନ୍ଧୁଙ୍କ ସହିତ ହସ ଖୁସିର ସମୟ କଟିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: କୌଣସି ପୁରୁଣା ଚିନ୍ତା ଆପଣଙ୍କ ମନରେ ଘୂରି ବୁଲିବ। ଅନ୍ୟମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। ଆପଣଙ୍କର ପୂରା ହେବାକୁ ଯାଉଥିବା କାର୍ଯ୍ୟରେ ବାଧା ଉପୁଜିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ତୁଳା: ଆପଣଙ୍କ ପ୍ରୟାସ ବଢ଼ିଆ ପ୍ରମାଣିତ ହେବ। ବିଦେଶ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିମାନେ ଶୁଭ ଖବର ପାଇବେ। ଦାଂପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ରାମଚଣ୍ତୀ।

 

 

 

ବିଛା: ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ। ଧୈର୍ଯ୍ୟଧରି କାମ କରନ୍ତୁ, ସଫଳ ହେବେ। ସରକାରୀ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କ ପ୍ରୋତ୍ସାହନ ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ବରୀ।

ଧନୁ: ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ଲୋକମାନଙ୍କ ଧୢାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ। ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ। ଆପଣଙ୍କ ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ମକର: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିଅରରେ ଉନ୍ନତିର ସମ୍ଭାବନା ରହିଛି। ରାଜନୀତିରେ ଆର୍ଥିକ ଲାଭ ହେବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

କୁମ୍ଭ: ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସ˚ଭାବ୍ୟ ସ˚କଟ ଦୂର ହେବ। ଆପଣଙ୍କ ଜୀବନ ଲାଗି କିଛି ଖାସ୍‌ ସୁଯୋଗ ମିଳିପାରେ। ଇ˚ଜିନିୟରଙ୍କ ଲାଗି ଦିନଟି ଠିକ୍‌ ରହିବ। ଭୌତିକ ସୁଖ ସୁବିଧା ପାଇଁ ରୁଚି ବଢ଼ିପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

ମୀନ: ଗ୍ରହମାନଙ୍କ ଶୁଭ ଦୃଷ୍ଟି ହେତୁ ସଫଳତାର ରାସ୍ତା ଉନ୍ମୁକ୍ତ ରହିଛି। ଆଗକୁ ଅଗ୍ରସର ହୁଅନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ଅଚାନକ ଧନପ୍ରାପ୍ତି ହେବ। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ସମ୍ବନ୍ଧିତ ଖବର