ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ଭାବିଥିବା କାମ ଅଚାନକ ପୂରା ହୋଇଯିବ। ଯୌଥ କାରବାରରେ ଲାଭ ପାଇବେ। ମିତ୍ରଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ବୃଷ: ଅଫିସକୁ ସୁନ୍ଦର ଭାବେ ସଜାଇପାରନ୍ତି। ଆପଣ ନିଜ ବ୍ୟବହାରରେ ଲୋକଙ୍କ ମନ ଜିଣିବେ। ଷ୍ଟକ ଓ ମ୍ୟିଚୁଆଲ୍‌ଫଣ୍ତରେ ନିବେଶ କରନ୍ତୁ, ଭବିଷ୍ୟତରେ ଭଲ ଲାଭ ମିଳିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମିଥୁନ: ମାଆ ବାପାଙ୍କ ଆଶୀର୍ବାଦ ନିଅନ୍ତୁ, ଆପଣଙ୍କ ଲକ୍ଷସ୍ଥଳରେ ପହଞ୍ଚିବା ସହଜ ହେବ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ମହିଳା ବନ୍ଧୁଙ୍କ ଠାରୁ ଉପହାର ପାଇବେ। ସ୍ବାସ୍ଥ୍ୟ ଠିକ୍‌ ଓ ସତେଜ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

କର୍କଟ: ଆପଣଙ୍କ ଅନ୍ତରାତ୍ମା ପ୍ରଖର ରହିବ। ଆପଣଙ୍କ ସାମନାକୁ ଆସିବା ବ୍ୟକ୍ତି ବିଶେଷଙ୍କର ମାନସିକତାକୁ ଶୀଘ୍ର ବୁଝିନେବେ। ବେପାର ବୃତ୍ତି କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଲକ୍ଷ୍ମୀ।

ସି˚ହ: ଅଫିସରେ ବାତାବରଣ ଅନୁକୂଳ ରହିବ। କୌଣସି ବିଶେଷ ଦାୟିତ୍ବ ମିଳିପାରେ। ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଧନଲାଭର ଯୋଗ ରହିଛି। ରାଜନୀତିରେ ସୀମା ବଢ଼ାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

କନ୍ୟା: ସ˚ଘର୍ଷର ଫଳ ସନ୍ତୋଷଜନକ ହେବ। ଆୟ ବଢ଼ିବା ହେତୁ ଆର୍ଥିକ ଚିନ୍ତା ଦୂର ହେବ। ଚାକିରିରେ ବଡ଼ ସଫଳତା ମିଳିବାର ଯୋଗ ରହିଛି। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବଗଳାମୁଖୀ।

ତୁଳା: ଆଗକୁ ନଜର ରଖନ୍ତୁ, ଜରୁରୀ କାମ ପୂରା କରିବା ପାଇଁ ଯୋଜନା କରି ନିଅନ୍ତୁ। ରଚନାତ୍ମକ କାମରେ ଆପଣଙ୍କୁ ଲାଭ ହୋଇପାରେ। ପାରିବାରିକ ଜୀବନରେ ସୁଖ ଓ ଶାନ୍ତି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ମନରେ ନୂଆ ନୂଆ ବିଚାର ଆସିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉପୁଜିବ। ଆପଣ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଜି କିଛି ଅଯଥା ଖର୍ଚ୍ଚ ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ହର ପାର୍ବତୀ।

ଧନୁ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ସାହସ ବଢ଼ିବ, ସମ୍ମାନ ମିଳିବ ଓ ପଇସା ଆସିବ। ବିଦେଶ ଯିବାର ରାସ୍ତା ଉନ୍ମୁକ୍ତ ହେବ। ସନ୍ଧ୍ୟାରେ ଘରେ ସମାରୋହର ଆୟୋଜନ କରିପାରନ୍ତି। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ସୁରେଶ୍ବରୀ।

ମକର: ଦିନଟି ଉତ୍ତମ ରହିବ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ମନ ପ୍ରସନ୍ନ ରହିବ। ଆପଣଙ୍କ କାର୍ଯ୍ୟଶୈଳୀରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ। ଛାତ୍ରଙ୍କ ଲାଗି ଦିନଟି ଭଲ ପରିଣାମ ନେଇ ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ପୂଜାପାଠରେ ଅଧିକ ସମୟ ବିତିବ। ସ୍ତ୍ରୀ ଓ ମାଆଙ୍କର ପୂରା ସହଯୋଗ ପାଇବେ। କଷ୍ଟରେ ଥିବା ଲୋକଙ୍କୁ ସହାୟତା କରିବେ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ଶାରଳା।

ମୀନ: ସକାରାତ୍ମକ ଭାବନାରେ ରହନ୍ତୁ, କଷ୍ଟ ମନେ ହେଉଥିବା କାମ ସହଜରେ କରିପାରିବେ। ନେତାଙ୍କୁ ପରିଶ୍ରମର ଫଳ ମିଳିବ। ବ୍ୟବସାୟରେ ଉନ୍ନତି ପାଇଁ ଧୢାନ ଦେବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

ସମ୍ବନ୍ଧିତ ଖବର