ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଲାଗି ଉନ୍ନତି ଓ ଲାଭ ମିଳିବାର ଦିନଟିଏ। ସ˚ଚାର ଓ ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ଉନ୍ନତି ହେବ। ପରିବାରରେ ନୂଆ ଖୁସି ଆସିବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଆପଣଙ୍କ ଦିମାକରେ କୌଣସି ନୂଆ ବିଚାର ଘୂରି ବୁଲିବ। ଆପଣଙ୍କ ସହିତ ମିଶିବା ଲୋକେ ପ୍ରଭାବିତ ହେବେ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ ଆନନ୍ଦ ପାଇବେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ମାଆ ହିଙ୍ଗୁଳା।

ମିଥୁନ: ଜୀବନରେ କ’ଣ ପାଇଛନ୍ତି, କ’ଣ ହରାଇଛନ୍ତି, ସେହି ଚିନ୍ତାରେ ଅଧିକ ସମୟ କଟିବ। ଚାକିରି ଓ ବ୍ୟବସାୟରେ ଅଧିକ ପରିଶ୍ରମ କରିବେ। ପଇସା ଯେମିତି ଆସିବ ସେମିତି ଖର୍ଚ୍ଚ ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

କର୍କଟ: ଦିନଟି ଆପଣଙ୍କ ଲାଗି ବିଶେଷ ଫଳଦାୟୀ। ଲାଗିରହିଥିବା ବିବାଦର ସମାଧାନ ହେବ। ନେତା ଆପଣଙ୍କୁ ବଡ଼ କାର୍ଯ୍ୟ ଅର୍ପଣ କରିବେ। ଚାକିରି ଅନ୍ବେଷଣରେ ଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଖବର ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆପଣ ବହୁତ କିଛି ଚିନ୍ତା କରିବେ, ଯାହା ଭବିଷ୍ୟତରେ ଲାଭ ମିଳିବ। କଥା କମ କହିଲେ ଲୋକଙ୍କ ନଜରରେ ଆସିବେ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ଦାଂପତ୍ୟ ସମ୍ବନ୍ଧ ବଢ଼ିଆ କରିବାକୁ ଚେଷ୍ଟା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀମାତା।

କନ୍ୟା: ଆପଣ ସୁନ୍ଦର କଳ୍ପନାରେ ବିଭୋର ରହିବେ। ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭପ୍ରାପ୍ତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଗାୟତ୍ରୀ।

ତୁଳା: ଜରୁରୀ କାମ ବ୍ୟବସ୍ଥିତ କରିବାରେ ଦ୍ବିଗୁଣା ପରିଶ୍ରମ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ବପୂର୍ଣ୍ଣ ଆଲୋଚନା ପାଇଁ ଯାଇପାରନ୍ତି। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଭୈରବୀ।

 

 

 

 

ବିଛା: କୌଣସି ନୂଆ ଯୋଜନା ସମ୍ମୁଖକୁ ଆସିପାରେ। ନୂଆ ସାଥୀଙ୍କ ସହିତ ରହି ପୁରୁଣା ସାଥୀଙ୍କୁ ଅଣଦେଖା କଲେ ଅସୁବିଧାରେ ପଡ଼ି ଯାଇପାରନ୍ତି। ରାଜନୀତିରେ ମନୋକାମନା ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ବର।

ଧନୁ: ଆଜି ଆପଣଙ୍କର ସମୟ ରାଜନୀତିକ ଓ ସାମାଜିକ କାର୍ଯ୍ୟରେ କଟିବ। କାହାରିକୁ ବନ୍ଧୁଭାବେ ଗ୍ରହଣ କରିବେ। ଜମି କିମ୍ବା ଘର କିଣିବା ପାଇଁ ଯୋଜନା କରିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ସୂର୍ଯ୍ୟଦେବ।

ମକର: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। କୌଣସି ବଡ଼ କାମରୁ ବଡ଼ ଫାଇଦା ହେବ। ଜୀବନସାଥୀ ଆପଣଙ୍କୁ ଖୁବ୍‌ ସୁନ୍ଦର ଉପହାର ଦେଇପାରନ୍ତି। ପରୀକ୍ଷା ସମ୍ବନ୍ଧରେ ଆପଣଙ୍କୁ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଆପଣଙ୍କର ନୂଆ ଊର୍ଜାକୁ ପ୍ରୟୋଗରେ ଲଗାନ୍ତୁ। ବ୍ୟବସାୟ ଓ ଚାକିରିର ଅଧୁରା ସ୍ବପ୍ନ ପୂରା ହେବ। ଭାଇ ଭଉଣୀଙ୍କ ଉତ୍ତମ ବୁଝାମଣା ରହିବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବିମଳା।

ମୀନ: ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଖୁସି ପାଇବେ। ଘରକୁ ସଜାଇ ନୂତନତ୍ବ ଆଣିବେ। ସେୟାର ବଜାରରେ ଲାଭ ମିଳିପାରେ। ରାଜନୀତିରେ ସୁଖ୍ୟାତି ବଢ଼ିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର