ଜାଣନ୍ତୁ ଆଜିର ରାଶିଫଳ

ମେଷ: ମନ ଅଶାନ୍ତି ମୁକ୍ତ ରହିବ। ମହତ୍ତ୍ବପୂର୍ଣ୍ଣ କଥା ଲୋକମାନଙ୍କ ସହିତ ଆଲୋଚନା କରିବାର ଅବସର ପାଇବେ। ଷ୍ଟିଲ୍ ବ୍ୟବସାୟୀଙ୍କ ହାତକୁ ବଡ଼ କାମ ଆସିବ। ଅଫିସ୍‌ କାମରେ ଦୂରସ୍ଥାନକୁ ଯିବେ।

ବୃଷ: ଇଚ୍ଛା ପୂରା କରିବା ପ୍ରୟାସରେ ସଫଳ ହେବେ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। କାର୍ଯ୍ୟ ବ୍ୟସ୍ତତାରେ ରହିବା ଯୋଗୁଁ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇପାରିବେ ନାହିଁ।

ମିଥୁନ: ଆପଣ ନିଜ କଥାରେ ଲୋକଙ୍କ ମନକୁ ମନାଇ ନେଇପାରିବେ। ଅନ୍‌ଲାଇନ୍‌ ବେପାରୀଙ୍କର ଭାଗ୍ୟ ଉଜ୍ଜ୍ବଳ। ଦୀର୍ଘ ଦିନରୁ ଲାଗି ରହିଥିବା ଘରୋଇ ଅସୁବିଧା ଦୂର ହେବ। ‌

କର୍କଟ: ଆପଣଙ୍କୁ ନିଜ ପ୍ରତିଭାରେ ଯଥେଷ୍ଟ ଲାଭ ମିଳିବ। ଜମି ସମସ୍ୟା ସମାଧାନ ହୋଇଯିବ। ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ। ଆପଣ କାହାରିକୁ ସାହାଯ୍ୟ କରିବେ।

ସିଂହ: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭ ହେବ। ବେପାରରେ ଭଲ ପ୍ରଗତି ହେବ। ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଦିନଟି ଭଲ। ପ୍ରେମ ଜୀବନ ମଧୁର ହେବ।

କନ୍ୟା: ଚାକିରିରେ ନୂଆ ଦାୟିତ୍ବ ପାଇବେ। ଅଚାନକ କୌଣସି ବନ୍ଧୁ ଆପଣଙ୍କୁ ଦେଖା କରିବାକୁ ଆସିବେ। ଭୁଲ୍ ଠିକର ପାର୍ଥକ୍ୟ ବୁଝି ଉଚିତ ନିର୍ଣ୍ଣୟ ନିଅନ୍ତୁ। ଜମିରେ ନିବେଶ ପାଇଁ ଭଲ ଦିନଟିଏ।

ତୁଳା: କୌଣସି କାମକୁ ନୂଆକରି ମୂଳରୁ ଆରମ୍ଭ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପରିବାରରେ ଅଶାନ୍ତି କମ୍ ହେବ। ଭଲ ସାମାଜିକ କର୍ମୀ ରୂପେ ପ୍ରସିଦ୍ଧି ବଢ଼ିବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।

ବିଛା: କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହାଦ୍ବାରା ଆମଦାନି ବୃଦ୍ଧି ହେବ। ସନ୍ଧ୍ୟାରେ ଜୀବନସାଥୀ ସହ ଆପଣଙ୍କ ଜୀବନ ଆନନ୍ଦମୟ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ।

ଧନୁ: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ ଯୋଗ୍ୟତାରେ ଆପଣଙ୍କ ପରିବାରର ନାମ ଉଜ୍ଜ୍ବଳ କରିବେ। ବ୍ୟବସାୟରେ ନୂଆ ସୁଯୋଗ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ‌

ମକର: ଆପଣଙ୍କର ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିଜୀବୀଙ୍କର ଦୂରସ୍ଥାନକୁ ବଦଳି ହୋଇପାରେ।

କୁମ୍ଭ: ଜୀବନକୁ ଭଲ ଢ଼ଙ୍ଗ‌ରେ ଜିଇଁବା ପାଇଁ ପ୍ରୟାସ କରିବେ। ଅପ୍ରତ୍ୟାଶିତ ଧନପ୍ରାପ୍ତି ହେବ। ବ୍ୟବସାୟ ବିଷୟରେ ବନ୍ଧୁ ସହିତ କଥାବର୍ତ୍ତା ହେବେ। ଗୃହିଣୀଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ। ‌

ମୀନ: ପୂର୍ବରୁ ଲାଗି ରହିଥିବା ଚିନ୍ତା ସମାପ୍ତ ହେବ। ଆପଣ ନିଜର ବିଚାର ଓ ଯୋଜନାକୁ କ୍ରିୟାନ୍ବିତ କରିବା ପାଇଁ ଲଗାତାର ପ୍ରୟାସ କରିବେ। ବିଦ୍ୟାର୍ଥୀଙ୍କର ପାଠପଢ଼ାରେ ରୁଚି ବଢ଼ିବ। ‌

ସମ୍ବନ୍ଧିତ ଖବର