ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନୋବଳ ଦୃଢ଼ ରହିବ। କର୍ତ୍ତୃପକ୍ଷ ଆପଣଙ୍କ କାମରେ ଖୁସି ରହିବେ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନସମ୍ମାନ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

ବୃଷ: ତିକ୍ତ ଅନୁଭବରୁ ମିଠା ଫଳ ପାଇବେ। ବ୍ୟାବସାୟିକ ଯୋଜନା ସଫଳ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଆନନ୍ଦରେ କଟିବ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।

 

ମିଥୁନ: ଦିନଟି ଆପଣଙ୍କ ଲାଗି ଉତ୍‌ଥାନ-ପତନ ରହିବ। ବ୍ୟବସାୟରେ ତ୍ୱରିତ ଫଇସଲା ଲାଭପ୍ରଦ ହେବ। ବିରୋଧୀଙ୍କ ପ୍ରତି ସତର୍କ ରହନ୍ତୁ। ଜୀବନସାଥୀ କୌଣସି କଥାକୁ ନେଇ ନାରାଜ ହୋଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।


କର୍କଟ: ଲକ୍ଷ୍ୟପ୍ରାପ୍ତି ଦିଗକୁ ଅଗ୍ରସର ହେବେ। ପରିଶ୍ରମର ଯଥେଷ୍ଟ ଫାଇଦା ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କର ମନସ୍କାମନା ପୂରଣ ହେବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

 


ସିଂହ: ଆଜି ଆପଣ ସତ୍ୟର ସାଥ ଦେବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ। ଅଫିସ୍‌ରେ ଶାନ୍ତିର ବାତାବରଣ ରହିବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସତ୍ୟନାରାୟଣ।

 


କନ୍ୟା: ବ୍ୟକ୍ତିଗତ ଉନ୍ନତି ପାଇଁ ଭଲ ଦିନଟିଏ। ଦୀର୍ଘ ଦିନରୁ ଲାଗିରହିଥିବା ଚିନ୍ତା ଦୂର ହେବ। ମହିଳାବନ୍ଧୁଙ୍କ ସହାୟତାରେ ବ୍ୟବସାୟରେ ସଫଳତା ମିଳିବ। ବାହନ ଚଳାଇବା ସମୟରେ ସଚେତନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

 

ତୁଳା: ଦିନଟି ଆପଣଙ୍କ ଲାଗି ଖୁସି ଭରା ରହିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କୌଣସି ଭଲ ଖବର ପାଇବେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ନୂଆ ଅନୁବନ୍ଧ ମିଳିପାରେ। ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

 

ଧନୁ: ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। ଚାକିରିରେ ପଦୋନ୍ନତି ବା ଦରମା ବୃଦ୍ଧି ହୋଇପାରେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଶାରଳା।

 

ମକର: ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ବିପରୀତ ପରିସ୍ଥିତି ଆପଣଙ୍କୁ ବିଚଳିତ କରିବ ନାହିଁ। କର୍ତ୍ତୃପକ୍ଷ ଆପଣଙ୍କ ପ୍ରଦର୍ଶନରେ ଖୁସି ରହିବେ। ନୂଆ ଘର ପାଇଁ ଯୋଜନା କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀ ଗଣେଶ।

 


କୁମ୍ଭ: ଆପଣଙ୍କ ମନ କିଛି କହିବ ଆଉ ହୃଦୟ କିଛି କହିବ। ବନ୍ଧୁଙ୍କ ସମ୍ମୁଖରେ ଆପଣଙ୍କ ବିଚାର ଖୋଲି ଦେବେ। ଆପଣ ଟିକେ ଶାନ୍ତ ରହନ୍ତୁ, ପରିସ୍ଥିତି ସୁଧୁରିଯିବ। ଜଟିଳ ପ୍ରଶ୍ନର ସମାଧାନ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

 

ମୀନ: ସମୟ ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ସବୁ କାମ ସହଜରେ ହୋଇଯିବ। କଳାକାରଙ୍କୁ ସିନେମାରେ ସୁଯୋଗ ମିଳିବ। ପ୍ରିୟବନ୍ଧୁଙ୍କ ସହିତ ମିଶିବା ପାଇଁ ବ୍ୟଗ୍ର ହେବେ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ ମଝିଘରିଆଣୀ।

ସମ୍ବନ୍ଧିତ ଖବର