ଜାଣନ୍ତୁ ଆଜିର ରାଶିଫଳ

ମେଷ: ବ୍ୟବସାୟରେ ଭାବିଚିନ୍ତି ଭାଗୀଦାରି କରନ୍ତୁ। କୌଣସି କଥାକୁ ନେଇ କ୍ରୋଧ ବଢ଼ିବ। ଚାକିରିଆଙ୍କର ଏଭଳି ସ୍ଥାନକୁ ବଦଳି ହେବ ଯାହା ଦ୍ଵାରା ଯିବା ଆସିବାରେ ଅସୁବିଧା ହୋଇପାରେ। ବଜେଟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବା ଲାଗି ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସଂପର୍କ ସ୍ଥାପନ ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ନୂଆ ଘର କିଣିବା ପାଇଁ ବିଚାର କରିବେ। ପିଲା ଓ ପରିବାର ସହିତ ହସଖୁସିରେ ସମୟ ବିତିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ଡୀ।

 


ମିଥୁନ: ଦିନଟି ଆପଣଙ୍କର ଖୁବ୍‌ ଭଲରେ କଟିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶଂସା କରିବେ। ନୂଆ ଚାକିରି ଲାଗି ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

 

କର୍କଟ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ୱାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

 


ସିଂହ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ। ଉଧାର ନେବା ଓ ଦେବାରୁ ନିବୃତ୍ତ ରହନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ହନୁମାନ।

 


କନ୍ୟା: ପ୍ରତିଟି କାମ ବିବେକରେ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଭ୍ରମଣ ଓ ମଉଜ ମଜଲିସରୁ ମନ ଖୁସି ରହିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଛାତ୍ରଛାତ୍ରୀଙ୍କୁ ନୂଆ ପାଠ୍ୟକ୍ରମରେ ଯୋଡ଼ିବା ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: ଆଜି ଦିନଟି ଆପଣ କିଛି ଖାସ୍‌ କରିବା ଲାଗି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ବିବାହ ପାଇଁ ନିଷ୍ପତ୍ତି ନେଇପାରନ୍ତି। ପରୀକ୍ଷାରେ ସଫଳତା ମିଳିବାର ପ୍ରବଳ ସମ୍ଭାବନା। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବିରଜା।

 


ବିଛା: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଖୋଦକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିବେ। ଅଫିସ୍‌ରେ କୌଣସି ଖୁସି ଖବର ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ପ୍ରେମ ଆଳାପ ପାଇଁ ଭଲ ସମୟ। ଶୁଭରଙ୍ଗ: ଧୂସର। ଆରାଧନା: ବାବା ଚନ୍ଦନେଶ୍ୱର।

 

ଧନୁ: ଆଜି କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ଆପଣ କିଛି ନୂଆ ଲୋକ ଓ ବିଦେଶୀଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଗାୟତ୍ରୀ।

 


ମକର: ଊର୍ଜାର ସ୍ତର ଉଚ୍ଚ ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସଂପର୍କ ଗଢ଼ିବେ ଯଦ୍ଦ୍ଵାରା କି ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

କୁମ୍ଭ: ସଫଳତା ମିଳିବା ହେତୁ ମହତ୍ତ୍ଵାକାଂକ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ମହିଳାମାନେ ଖୁସି ହୋଇ ଜିନିଷପତ୍ର କିଣିବେ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ବିଜ୍ଞାନ ଛାତ୍ର ଆଜି କିଛି ନୂଆ ଶିକ୍ଷା ଲାଭ କରିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ତାରିଣୀ।

 


ମୀନ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ସମ୍ବନ୍ଧିତ ଖବର