ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆର୍ଥିକ ଲାଭ ପାଇଁ ଆପଣଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ। ନ୍ୟାୟିକ ମାମଲା ଆପଣଙ୍କୁ ଅଶାନ୍ତି କରିପାରେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ହନୁମାନ।

 

ବୃଷ: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ନୂଆ ଘର କିଣିବା ବା ନିର୍ମାଣ ପାଇଁ ବିଚାର କରିବେ। ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ବନ୍ଧୁଙ୍କ ସହିତ ବ୍ୟବସାୟ ସମ୍ବନ୍ଧରେ କଥାବାର୍ତ୍ତା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଲିଙ୍ଗରାଜ।

 


ମିଥୁନ: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ। ସମାଜରେ ମାନସମ୍ମାନ ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଆଖଣ୍ଡଳମଣି।

 

କର୍କଟ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ବ୍ୟବସାୟରେ ଅଚାନକ ଧନଲାଭ ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 


ସିଂହ: ଦିନଟି ଖଟାମିଠା ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। କୋର୍ଟ ମାମଲାରେ ବ୍ୟସ୍ତତା ବଢ଼ିବ। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

 

କନ୍ୟା: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉଦ୍ରେକ ହେବ। ନେତାଙ୍କ ମାଧ୍ୟମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପରିବାରରେ ସୁଖ ଓ ଶାନ୍ତି ବୃଦ୍ଧି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଅମ୍ବିକା।

 

ତୁଳା: ଆପଣଙ୍କ ସକାରାତ୍ମକ ବିଚାର ଅନ୍ୟମାନଙ୍କୁ ପ୍ରଭାବିତ କରିବ। ଆପଣଙ୍କ ଆଖପାଖରେ ଆନନ୍ଦଦାୟକ ବାତାବରଣ ରହିବ। ଅଫିସରେ ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ସ୍ୱାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଗୁପ୍ତେଶ୍ୱର।

 


ବିଛା: ସମୟ ଆପଣଙ୍କ ଲାଗି ଅନୁକୂଳ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସଂକେତ ମିଳିପାରେ। ଔଷଧ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

 

ଧନୁ: ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ସ୍ଥଗିତ ଥିବା କାମ ପୂରା ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 


ମକର: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ଵ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ ଟେଲି ଫିଲ୍ମର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀକୃଷ୍ଣ।

 

କୁମ୍ଭ: ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ପ୍ଲାଷ୍ଟିକ୍‌ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସମଲେଶ୍ୱରୀ।

 


ମୀନ: ଊର୍ଜାର ସ୍ତର ଉଚ୍ଚ ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଘରର ବାତାବରଣ ଶାନ୍ତିମୟ ରହିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର