ଜାଣନ୍ତୁ ଆଜିର ରାଶିଫଳ

ମେଷ: ଭାବିଚିନ୍ତି ବଡ଼ ଫଇସଲାକୁ ଅନ୍ତିମ ରୂପ ଦିଅନ୍ତୁ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପରିବାର ସହିତ ଅଧିକ ସମୟ ବିତେଇବେ। ବିନା ଭାବିଚିନ୍ତି ଖର୍ଚ୍ଚ କଲେ ଅସୁବିଧାରେ ପଡ଼ି ପାରନ୍ତି। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

ବୃଷ: ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ। ବେପାର ଉଦ୍ୟୋଗରୁ ସନ୍ତୋଷଜନକ ଫଳ ପାଇବେ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ରାମଚଣ୍ଡୀ।

 


ମିଥୁନ: ଲକ୍ଷ୍ୟକୁ ନେଇ ଯାତ୍ରା ପୂରା କରିବାରେ ସଫଳ ହେବେ। ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ। କୌଣସି ସମାରୋହରେ ନିକଟ ସଂପର୍କୀୟଙ୍କ ସହିତ ସାକ୍ଷାତ ହେବ; ଯଦ୍ଦ୍ଵାରା ଭବିଷ୍ୟତରେ ତାଙ୍କ ଜରିଆରେ ଲାଭାନ୍ଵିତ ହେବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଚନ୍ଦନେଶ୍ୱର।

 

କର୍କଟ: ମନ ଖୁସି ରହିବ। କାର୍ଯ୍ୟ ବ୍ୟସ୍ତତାରେ ରହିବା ସତ୍ତେ୍ଵ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା ହେବ। ଚାକିରି ତଲାସରେ ଥିବା ବ୍ୟକ୍ତି ବଢ଼ିଆ ଚାକିରି ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

 


ସିଂହ: ଆପଣଙ୍କ ଆଖପାଖରେ ବହୁତ ସୁଖଦ ଓ ମଧୁର ବାତାବରଣ ରହିବ। ଧାର୍ମିକ କ୍ରିୟା କଳାପରେ ଧନ ଖର୍ଚ୍ଚ ହେବ। ପ୍ରୟାସରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନସମ୍ମାନ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

 

କନ୍ୟା: ଚାକିରିରେ ନିଜର ସୁରକ୍ଷା ଓ ପ୍ରତିପତ୍ତି ବଜାୟ ରହିବା ପାଇଁ ଆପଣଙ୍କୁ ମାର୍ଗ ତିଆରି କରିବାକୁ ହେବ। ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପରିବାରଜନଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ତୁଳା: କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ବ୍ୟବସାୟ ସମ୍ବନ୍ଧରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। ବାହାରକୁ ଯିବାର ଯୋଜନା କରିବେ। ଜୀବନସାଥୀଙ୍କ ସହିତ ସଂପର୍କ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 


ବିଛା: ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସବୁ କାମ ସହଜରେ ପୂରା ହେବ। ବେପାରରେ ଅଚାନକ ଧନଲାଭ ହେବ। ଇଂଜିନିୟରିଂ ଛାତ୍ରଙ୍କୁ ଚାକିରିର ପ୍ରସ୍ତାବ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କୀଚକେଶ୍ୱରୀ।

 

ଧନୁ: ବାପାଙ୍କ ଠାରୁ ପ୍ରେମ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ। ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ। ଚାକିରିରେ ଦାୟିତ୍ଵ ବଢ଼ିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଆଖଣ୍ଡଳମଣି।

 


ମକର: ବ୍ୟବସାୟ ପ୍ରତି ବିଶେଷ ଦୃଷ୍ଟି ଦେବେ। ଚାକିରିରେ ଦରମା ବଢ଼ିବାର ସମ୍ଭାବନା। ମହତ୍ତ୍ଵପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ। ଛାତ୍ରମାନେ ପରୀକ୍ଷାରେ ଭଲ ଫଳାଫଳ ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ହର ପାର୍ବତୀ।

 

କୁମ୍ଭ: ଆପଣଙ୍କର ମନୋଭାବ କୌତୁକକାରୀ ରହିବ। ଜୀବନସାଥୀଙ୍କ ସହଯୋଗ ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଗାୟତ୍ରୀ।

 


ମୀନ: ସୁଖ ଓ ସୌଭାଗ୍ୟ ବୃଦ୍ଧି ହେବ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବାରେ ସକ୍ଷମ ହେବେ। ଚାକିରିରେ ଦରମା ବଢ଼ିପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର