ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଦିନଟି ଆପଣଙ୍କ ପାଇଁ ହର୍ଷଉଲ୍ଲାସ ଭରା ରହିବ। ଆପଣଙ୍କର ଆଗ୍ରହ କୌଣସି ନୂଆ କାମ ଆଡ଼କୁ ରହିବ। ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

ବୃଷ: ଆଜି ଆପଣ କୌଣସି ନୂଆ ସୁଯୋଗ ଅପେକ୍ଷାରେ ରହିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ରାଜ୍ୟ ବାହାରକୁ ଯାତ୍ରାରେ ଯିବେ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଜୀବନସାଥୀଙ୍କ ଭାବନାକୁ ଆଦର କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

ମିଥୁନ: କାମ କରିବା ଗତିରେ ଯଥେଷ୍ଟ ଉତ୍ସାହ ରହିବ। ବ୍ୟବସାୟରେ ଯଥେଷ୍ଟ ଆମଦାନି ହେବ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ଆପଣଙ୍କ ଜୀବନକୁ ଆହୁରି ବଢ଼ିଆ କରି ଗଢ଼ିବା ପାଇଁ ଚେଷ୍ଟା କରିବେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

କର୍କଟ: ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବିପାରନ୍ତି। ଉଚିତ ପରିଶ୍ରମରେ ଆପଣଙ୍କୁ ସଫଳତା ମିଳିବ। କାହାରିକୁ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ଜୀବନସାଥୀଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ତାରିଣୀ।

ସି˚ହ: କ୍ୟାରିଅର ପାଇଁ ସୁବର୍ଣ୍ଣ ସୁଯୋଗ। ବହୁ ଦିନର ଆଶା ପୂରା ହେବ। ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିମାନେ ସମ୍ମାନିତ ହୋଇପାରନ୍ତି। ବ୍ୟବସାୟ ମାମଲାରେ ଆପଣ ଯାତ୍ରା କରିବେ। ସାହିତ୍ୟ ଆଦିରେ ରୁଚି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

କନ୍ୟା: ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ଆପଣଙ୍କର ପଇସା ଚିନ୍ତା ଦୂର ହେବ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

ତୁଳା: ଆପଣଙ୍କ ଶୌର୍ଯ୍ୟକୁ ବଳ ମିଳିବ। ଗୋଟିଏ ଦିଗରେ ପ୍ରୟାସ କରନ୍ତୁ, ଯଥେଷ୍ଟ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କ କଥାକୁ ମହତ୍ତ୍ବ ଦେବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଆଇନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ବିଛା: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। କୌଣସି କାମରେ ଅଧିକ ପରିଶ୍ରମ ଓ ସମୟ ଲାଗିବ। ବୈଦେଶିକ ବ୍ୟାପାର ସମ୍ବନ୍ଧିତ ଭଲ ଖବର ପାଇବେ। ଖର୍ଚ୍ଚ ବଢ଼ିବା ହେତୁ ଆପଣ ଟିକେ କଷ୍ଟରେ ରହିବେ। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

 

ଧନୁ: ଆପଣଙ୍କୁ ଭାଗ୍ୟର ସ˚ପୂର୍ଣ୍ଣରୂପେ ସାଥ ମିଳିବ। ଆପଣଙ୍କ ରଚନାତ୍ମକ କାମରେ ଲୋକେ ପ୍ରଭାବିତ ହେବେ। ବଢ଼ିଆ ଚାକିରିର ସୁଯୋଗ ଆସିପାରେ। ଦିନଟି ପ୍ରେମ ସମ୍ବନ୍ଧ ଲାଗି ଭଲ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

ମକର: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କୁ ଅଧିକାରୀମାନଙ୍କ ସହଯୋଗ ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ପ୍ରଭୁଙ୍କ ସ୍ମରଣରେ ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ। କୌଣସି ବ୍ୟକ୍ତି ଆପଣଙ୍କ ଲାଗି ସାହାଯ୍ୟକାରୀ ସାବ୍ୟସ୍ତ ହେବେ। ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ। ଜୀବନସାଥୀଙ୍କ ଭାବନାକୁ ବୁଝିବାକୁ ଚେଷ୍ଟା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ମୀନ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବୟୋଜ୍ୟେଷ୍ଠଙ୍କ ରାୟ ଗ୍ରହଣ କରନ୍ତୁ, ଭଲ ହେବ। ଚାକିରିଆଙ୍କୁ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଅଚାନକ ଧନଲାଭ ହେବ। ବିବାହିତଙ୍କ ଲାଗି ଦିନଟି ବହୁତ ବଢ଼ିଆ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଶାରଳା।

ସମ୍ବନ୍ଧିତ ଖବର