ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଆତ୍ମସମୀକ୍ଷାରେ ସମୟ ବିତିବ। ଆପଣଙ୍କ ସହିତ ଭୁଲ କରିଥିବା ବ୍ୟକ୍ତିଙ୍କୁ କ୍ଷମା କରି ଦିଅନ୍ତୁ। ଅଚାନକ ଖୁସି ଖବର ମିଳିବ। ବିଦେଶ ଯାତ୍ରା କରିବାକୁ ପଡ଼ିପାରେ। ଛାତ୍ରମାନେ ଅଧ୍ୟୟନରେ ଧ୍ୟାନ ଦିଅନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ମାଣିକେଶ୍ୱରୀ।

ବୃଷ: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ। ଭଲ ସୁଯୋଗ ଆପଣଙ୍କ ସାମନାକୁ ଆସିପାରେ। ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ। ଅଧ୍ୟାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମିଥୁନ: ଜରୁରୀ କାମର ସମାଧାନ ଲାଗି ଯୋଜନା କରିବେ। କାହାରି ସହିତ କଥା ହେବା ବେଳେ ଭାବିଚିନ୍ତି କଥା ହୁଅନ୍ତୁ। ଅଫିସ କାମରେ ଅନ୍ୟମାନଙ୍କ ରାୟ ନେବାରେ ନିବୃତ୍ତ ରହନ୍ତୁ। ମହିଳାମାନେ ଘରୋଇ ଜିନିଷ କିଣିବା ପାଇଁ ବଜାରକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର।

କର୍କଟ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

 

ସିଂହ: ଦିନଟି ଆନନ୍ଦମୟ ରହିବ। ଆପଣଙ୍କ ପ୍ରତିଭାରେ ସମସ୍ତେ ପ୍ରଭାବିତ ହେବେ। ଚାକିରି ତଲାସରେ ଥିବା ମହିଳାଙ୍କୁ ଚାକିରି ମିଳିଯିବ। ରାଜନୀତିରେ ମନୋକାମନା ପୂରଣ ହେବ। ଜୀବନସାଥୀଙ୍କର ସ୍ନେହ ଓ ସୁଖ ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

 

କନ୍ୟା: ଆଜି ଆପଣଙ୍କର ଭ୍ରମଣରେ ଅଧିକ ସମୟ କଟିବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବାର ଯୋଗ ରହିଛି। ସ୍ଥଗିତ ଥିବା କାମ ପୂରା ହୋଇଯିବ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ତୁଳା: ବ୍ୟବସାୟରେ ବିପଦପୂର୍ଣ୍ଣ ନିବେଶରୁ ନିବୃତ୍ତ ରହନ୍ତୁ। ଅନ୍ୟମାନଙ୍କ କଥା ଗମ୍ଭୀରତାର ସହ ଶୁଣନ୍ତୁ। ବିଦେଶରେ ଶିକ୍ଷା ପ୍ରାପ୍ତ ଲାଗି ଦିନଟି ଉତ୍ତମ। ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ବିଛା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ଆପଣଙ୍କ ବ୍ୟବହାର ଲାଗି ସମସ୍ତଙ୍କ ପ୍ରିୟ ହୋଇପାରିବେ। ବ୍ୟାବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

 

ଧନୁ: ଆପଣଙ୍କ ମନ ସକାରାତ୍ମକ କାମରେ ଲଗାନ୍ତୁ। ବ୍ୟର୍ଥ ଚିନ୍ତାରୁ ଆପଣଙ୍କୁ ମୁକ୍ତି ମିଳିବ। ଅଧ୍ୟାପକ ବର୍ଗଙ୍କୁ ଭଲ ପ୍ରସ୍ତାବ ମିଳିବ। ବ୍ୟବସାୟରେ ଗତିବିଧି ପରିବର୍ତ୍ତନ ହେବ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଅମ୍ବିକା।

 

ମକର: ଜୀବନସାଥୀଙ୍କ ଠାରୁ ମହତ୍ତ୍ଵପୂର୍ଣ୍ଣ ପରାମର୍ଶ ପାଇବେ। କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। ଲେଖକଙ୍କୁ ଆଜି ପ୍ରଶଂସା ମିଳିବ। ଅବିବାହିତ ଲୋକଙ୍କ ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ମାଣିକେଶ୍ୱରୀ।

 

କୁମ୍ଭ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ। ଉନ୍ନତିର ନୂଆ ଦ୍ଵାର ଖୋଲିବ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ନୂଆ ଗାଡ଼ି କିଣିବା ଯୋଗ ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

 


ମୀନ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ଅଫିସରେ କୌଣସି ଗୁରୁତ୍ଵପୂର୍ଣ୍ଣ ଫଇସଲା ନେବେ। ଘରୋଇ ଜୀବନରେ ସୁଖ ସୁବିଧା ବଢ଼ିବ। ଯୁବକଙ୍କ ଲାଗି ଉନ୍ନତିର ଦ୍ଵାର ଖୋଲିବ। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

ସମ୍ବନ୍ଧିତ ଖବର