ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: କାର୍ଯ୍ୟକ୍ଷେତ୍ରରେ ଉତ୍ତମ ଅବସର ମିଳିବ। ଶତ୍ରୁ ଓ ବିରୋଧୀମାନେ କ୍ଷତି କରିପାରନ୍ତି। ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ଜୀବନସାଥୀ ସହ ଥିବା ମନୋମାଳିନ୍ୟ ଦୂର ହେବ।‌

ବୃଷ: ସକାରାତ୍ମକ ଭାବନାର ସହାୟତା ନିଅନ୍ତୁ। ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନ‌ାହିଁ। ମାନ୍ଦା ବ୍ୟବସାୟ ପାଇଁ ମାନସିକ ଅଶାନ୍ତି ବଢ଼ିପାରେ। ‌

ମିଥୁନ: ଆର୍ଥିକ ପକ୍ଷ ଉତ୍ତମ ରହିବ। ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ। ବେକାରଙ୍କ ଲାଗି ରୋଜଗାରର ସୁଯୋଗ ରହିଛି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ବହୁତ ଭଲ।‌

କର୍କଟ: ପୁଞ୍ଜି ବଜାରରେ ଆପଣଙ୍କୁ ଲାଭ ମିଳିବ। ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧାଜନକ ହେବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।‌

ସିଂହ: ଆପଣଙ୍କ ସାହସ, ଭାବନାତ୍ମକ କ୍ଷମତା ଅନ୍ୟମାନଙ୍କ ଠାରୁ ଭିନ୍ନ ରହିବ। କାର୍ଯ୍ୟକ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ। ପ୍ରେମ ଜୀବନ ଭଲ ରହିବ।

କନ୍ୟା: ଅନ୍ୟମାନଙ୍କ ସହ ଆପଣଙ୍କର ଭଲ ତାଳମେଳ ରହିବ। ସବୁ କାମ ସହଜରେ ସଂପୂର୍ଣ୍ଣ ହୋଇଯିବ। ଛାତ୍ରଙ୍କୁ କିଛି ନୂଆ ଶିଖିବାର ସୁଯୋଗ ମିଳିବ।‌

ତୁଳା: ଦୁର୍ବଳ ଇଚ୍ଛାଶକ୍ତି ହେତୁ ଆପଣଙ୍କୁ ମାନସିକ ଅଶାନ୍ତି ଘାରିପାରେ। ଆପଣଙ୍କର ତର୍କ ଶକ୍ତିକୁ ମଜଭୁତ କରି ରଖନ୍ତୁ। ପାରିବାରିକ ଜୀବନ ସୁଖକର ହେବ।

ବିଛା: ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ବଜାୟ ରଖନ୍ତୁ। ସନ୍ତାନର ସଫଳତା ପାଇଁ ଆପଣଙ୍କୁ ଖୁସି ମିଳିବ। ଛାତ୍ରଙ୍କୁ ନୂଆ ପ୍ରକଳ୍ପରେ କାମ କରିବାର ସୁଯୋଗ ମିଳିବ।

ଧନୁ: ଅଧିକ ପରିଶ୍ରମ କଲେ ଜରୁରୀ କାମ ସଂପୂର୍ଣ୍ଣ ହୋଇଯିବ। ଡାକ୍ତରଙ୍କର ଖ୍ୟାତି ସୁଦୂରପ୍ରସାରୀ ହେବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ।

ମକର: ଦିନଟି ଆପଣଙ୍କ ଲାଗି ଆନନ୍ଦ ଉଲ୍ଲାସ ଭରା ରହିବ। ଅଧିକ ସଫଳତା ପାଇବା ପାଇଁ ପ୍ରୟାସ ଜାରି ରଖନ୍ତୁ। କଣ୍ଠଶିଳ୍ପୀଙ୍କ ଲାଗି ଭଲ ଦିନଟିଏ। ଫିଲ୍ମରେ ସୁଯୋଗ ମିଳିପାରେ।

କୁମ୍ଭ: କୌଣସି କଥା ନେଇ ମାନସିକ ଅଶାନ୍ତି ବଢ଼ିପାରେ। କାରବାରରେ ଆଗକୁ ବଢ଼ିବାରେ ବାଧା ଆସିବ। ବ୍ୟର୍ଥ କଥାଠୁଁ ନିଜକୁ ଦୂରରେ ରଖନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ।

ମୀନ: ରଚାନାତ୍ମକ କାର୍ଯ୍ୟ ଲାଗି ସମୟ ଦେଇପାରନ୍ତି। ଜୀବନସାଥୀଙ୍କ ସହିତ ଅଧିକ ସମୟ କାଟିବେ। ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।

ସମ୍ବନ୍ଧିତ ଖବର