/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ସିମେଣ୍ଟ ବ୍ୟବସାୟୀଙ୍କ ଲାଗି ଦିନଟି ଆରାମଦାୟକ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଗବେଷଣାରତ ଛାତ୍ରଛାତ୍ରୀଙ୍କୁ ବଡ଼ ସଫଳତା ମିଳିବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ପୂଜାପାଠରେ ସମୟ ବିତିବ। ଧର୍ମ ଚର୍ଚ୍ଚାରେ ଅଂଶ ଗ୍ରହଣ କରିବେ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ଚାକିରିଆଙ୍କର ଆୟରେ ବୃଦ୍ଧି ହେବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ବିବାଦ ଠାରୁ ଦୂରରେ ରୁହନ୍ତୁ। ନିଜର ସ୍ବଭାବ ଓ ବ୍ୟବହାର ଉପରେ ନିୟନ୍ତ୍ରଣ ରଖନ୍ତୁ। ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ସକାରାତ୍ମକ ଭାବନାରେ ପରିପୂର୍ଣ୍ଣ ରହିବେ। ନିଜର ଯୋଜନା ଅନ୍ୟଙ୍କୁ ଜଣାନ୍ତୁ ନାହିଁ। ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ବଡ଼ଙ୍କର ଉପଦେଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ। ଜୀବନସାଥୀଙ୍କ ସହିତ ନାଟକ ଦେଖିବାର ଯୋଜନା କରିବେ। ବୈଷୟିକ ଛାତ୍ର କିଛି ନୂଆ ଶିଖିବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ସଂପୂର୍ଣ୍ଣ ହେବ। ଅଚାନକ ଧନଲାଭ ହେବ। ବିରୋଧୀମାନଙ୍କ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ। ଜୀବନସାଥୀ ଠାରୁ ଭଲ ଖବର ପାଇବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ବ୍ୟବସାୟ କାମରେ ଅଧିକ ଯାଆସ କରିବାକୁ ପଡ଼ିପାରେ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ସାମାନ୍ୟ ରହିବ। ନୂଆ ପ୍ରକଳ୍ପର ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ବାପାଙ୍କ କହିବା ମାର୍ଗରେ ଆଗକୁ ବଢ଼ିଲେ ସଫଳତା ପାଇବେ। ଅଫିସରେ ଆପଣଙ୍କୁ ନୂଆ କାମ ମିଳିପାରେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପ୍ରେମ ସମ୍ବନ୍ଧ ମଧୁର ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆପଣଙ୍କର ଉଦାର ସ୍ବଭାବ ପ୍ରସନ୍ନତାର ମୁହୂର୍ତ୍ତ ନେଇ ଆସିବ। ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ। କୌଣସି ଜରୁରୀ କାମରେ ଭଉଣୀଙ୍କୁ ସାହାଯ୍ୟ କରିପାରନ୍ତି।
/sambad/media/post_attachments/wp-content/uploads/2017/11/makar.jpg)
ମକର: କ୍ଷୁଦ୍ର ଉଦ୍ୟୋଗୀଙ୍କ ଲାଗି ଦିନଟି ଭଲ। ପାଖ ଲୋକ ଆପଣଙ୍କର ଖୁସିକୁ ଦିଗୁଣା କରିଦେବେ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଶିଖିବା ପାଇଁ ଆଗ୍ରହୀ ରହିବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଧୀଶକ୍ତି ବଳରେ ପ୍ରତ୍ୟେକ ସ୍ଥିତିକୁ ନିୟନ୍ତ୍ରଣ କରିନେବେ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ନବ ବିବାହିତଙ୍କ ଲାଗି ଦିନଟି ଭଲ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।
ମୀନ: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିପାରେ। ଶତ୍ରୁ ଆପଣଙ୍କ ଠାରୁ ଦୂରରେ ରହିବେ। ଜୀବନସାଥୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/gata-kali-rasi-4-1.jpg)