ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ସମସ୍ତଙ୍କ ସହଯୋଗ ପାଇବେ। ଜୀବନସାଥୀଙ୍କ ସହ ଭଲ ତାଳମେଳ ରହିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ।

ବୃଷ: ପରିବାର ଲୋକଙ୍କ ସହ ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ଉନ୍ନତି ପାଇଁ ସୁବର୍ଣ୍ଣ ସୁଯୋଗ ପାଇବେ।

ମିଥୁନ: ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ। ପରିବାରରେ ଶାନ୍ତିଦାୟକ ପରିବେଶ ରହିବ। ଆମଦାନିରେ ବୃଦ୍ଧି ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।

କର୍କଟ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାର୍ଯ୍ୟକ୍ଷେତ୍ରରେ ପୂର୍ବ ପରିଚୟରୁ ଲାଭ ପାଇବେ। ଭାଇ ଭଉଣୀଙ୍କ ସହଯୋଗରେ କୌଣସି କାମ ଆରମ୍ଭ କରିବେ।

ସିଂହ: ଅନ୍ୟମାନଙ୍କ ସହ ବ୍ୟବହାରରେ ସାବଧାନତା ଅବଲମ୍ବନ କରନ୍ତୁ। କୌଣସି କାମରେ ଦୂର ସ୍ଥାନକୁ ଯାଇପାରନ୍ତି। ସବୁ କଷ୍ଟର ନିବାରଣ ହେବ।

କନ୍ୟା: ଶିକ୍ଷକଙ୍କ ଲାଗି ଦିନଟି ଗୁରୁତ୍ବପୂର୍ଣ୍ଣ। କାର୍ଯ୍ୟରେ ମାଆଙ୍କ ସହଯୋଗ ପାଇବେ। ଓକିଲଙ୍କୁ କୌଣସି ବଡ଼ ମକଦ୍ଦମାରେ ବିଜୟ ମିଳିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ଉନ୍ନତିର ଯୋଗ ରହିଛି। ଆପଣ ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଧର୍ମଗ୍ରନ୍ଥ ପଢ଼ିବାରେ ରୁଚି ବଢ଼ିବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ବିଛା: ନିଜର ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ବେପାରରେ ଲାଭ ପାଇବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ପ୍ରସିଦ୍ଧି ମିଳିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଠିକ୍ ରହିବ।

ଧନୁ: ପରିବାରକୁ ଅଧିକ ସମୟ ଦେବାର ସୁଯୋଗ ପାଇବେ। ଅର୍ଥ ପାଇଁ କୌଣସି କାମ ସ୍ଥଗିତ ରହିପାରେ। କୌଣସି ବ୍ୟକ୍ତି କ୍ଷତି ପହଞ୍ଚାଇପାରନ୍ତି, ତେଣୁ ସତର୍କ ରୁହନ୍ତୁ।

ମକର: ବାପାଙ୍କ ସହଯୋଗରେ ଜରୁରୀ କାମ ସଂପୂର୍ଣ୍ଣ ହୋଇଯିବ। ଅଧିକ ପରିଶ୍ରମ କରି ସନ୍ତୋଷଜନକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ।

କୁମ୍ଭ: ଆପଣଙ୍କ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। କାମରେ ବନ୍ଧୁଙ୍କ ପରାମର୍ଶ ଲାଭପ୍ରଦ। ଆପଣଙ୍କ ବିବାହ ପ୍ରସଙ୍ଗରେ ଆସୁଥିବା ବାଧା ପାଇଁ ଚିନ୍ତିତ ରହିବେ।

ମୀନ: ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଠିକ୍ ଦିଗରେ ପରିଶ୍ରମ କଲେ ଯାଇ ଫଳ ପାଇବେ। ଅଫିସର କୌଣସି କାମରେ ଦୂର ସ୍ଥାନକୁ ଯାଇପାରନ୍ତି।

ସମ୍ବନ୍ଧିତ ଖବର