ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଚାକିରି କ୍ଷେତ୍ରରେ ଶୃଙ୍ଖଳା ଦେଖାଦେବ। ସୁସମ୍ବାଦ ପାଇବେ। ଅଯଥା ବିବାଦରୁ ଦୂରେଇ ରହନ୍ତୁ। ଜୀବନସାଥୀ ସହ ସମୟ ଅତିବାହିତ କରିବାର ସୁଯୋଗ ପାଇବେ।

ବୃଷ: ଘରେ ଖୁସିର ପରିବେଶ ରହିବ। ଔଷଧ ବ୍ୟବସାୟୀ ଯଥେଷ୍ଟ ଲାଭବାନ ହେ‌େବ। ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ସ୍କୁଲ୍‌ ଜୀବନର ସାଙ୍ଗ ସହିତ ବାର୍ତ୍ତାଳାପ ହେବ।

ମିଥୁନ: କିଛି ବିଶେଷ କାର୍ଯ୍ୟ କରିବା ଲାଗି ଦିନଟି ଭଲ। ଆପଣଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ସମାଜରେ ସୁନାମ ଆସିବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ପ୍ରେମ ଜୀବନ ମଧୁର ରହିବ।

କର୍କଟ: ଆପଣଙ୍କୁ ଯାହା ଆବଶ୍ୟକ ଥିଲା ତାହା ପାଖଲୋକଙ୍କ ମାଧ୍ୟମରେ ପାଇଯିବେ। ଉପରିସ୍ଥ କର୍ତ୍ତୃପକ୍ଷ ଆପଣଙ୍କ ଉପରେ ବହୁତ ଆଶା ରଖିବେ। ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ।

ସିଂହ: ସକାରାତ୍ମକ ଭାବନା ବଜାୟ ରଖନ୍ତୁ। ବିବାଦରୁ ଦୂରରେ ରହନ୍ତୁ। ପରିଶ୍ରମର ଫଳ ନିଶ୍ଚୟ ପାଇବେ। ଘରୋଇ କଂପାନିରେ ଚାକିରି କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ।

କନ୍ୟା: ଆପଣଙ୍କୁ କୌଣସି ବଡ଼ ସଫଳତା ମିଳିବ। ଲୁଗା ବ୍ୟବସାୟୀ ଯଥେଷ୍ଟ ଲାଭବାନ ହେ‌େବ। ଜୀବନସାଥୀ ସହିତ ଭଲ ସମ୍ବନ୍ଧ ରହିବ। ବିଜ୍ଞାନ ଛାତ୍ର କିଛି ନୂଆ ଶିକ୍ଷାଲାଭ କରିବେ।

ତୁଳା: ଯୋଜନା ତିଆରି ଏବଂ କାର୍ଯ୍ୟକାରୀ କରିବା ପାଇଁ ଚେଷ୍ଟା କରିବେ। କମ୍ ପରିଶ୍ରମରେ ଉପର ସ୍ତରକୁ ଉଠି ପାରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ଯେଉଁମାନେ ପ୍ରେମ କରୁଛନ୍ତି ତାଙ୍କ ଲାଗି ଦିନଟି ଭଲ ରହିବ।

ବିଛା: ଦୀର୍ଘଦିନର ସ୍ଥଗିତ କାମ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କ ସଫଳତା ମାର୍ଗରେ କାହାକୁ ଆସିବାକୁ ଦିଅନ୍ତୁ ନାହିଁ। ଆର୍ଥିକ ମାମଲାରେ ସଫଳ ହୋଇପାରନ୍ତି। ଘରକୁ ବନ୍ଧୁ ଆସିବେ।

ଧନୁ: ଆର୍ଥିକ ଲାଭର ସମ୍ଭାବନା ରହିଛି। ପୂର୍ବ ଅପେକ୍ଷା ସ୍ବାସ୍ଥ୍ୟ ଭଲ ରହିବ। ଆପଣଙ୍କ ନେତୃତ୍ବ ନେବାର ଭୂମିକା ନିର୍ବାହ କରିପାରନ୍ତି। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।

ମକର: ଘରେ ବଡ଼ମାନଙ୍କଠାରୁ ସହଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ହେବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ନିଜ ସାଥୀର ମନପସନ୍ଦ ଜିନିଷ ତିଆରି କରି ଖୁଆନ୍ତୁ।

କୁମ୍ଭ: ଓକିଲଙ୍କର ସମାଜରେ ଖ୍ୟାତି ବଢ଼ିବ। କୌଣସି ବନ୍ଧୁ ମାଧ୍ୟମରେ ଧନଲାଭ ହେବ। ଜମିରେ ପୁଞ୍ଜି ନିବେଶ ଲାଗି ଦିନଟି ଭଲ। ଅଫିସ୍‌ରେ ଆପଣଙ୍କ କାମ ଦେଖି ସମସ୍ତେ ଖୁସି ହେବେ।

ମୀନ: ଅଧୁରା କାମ ସ˚ପୂର୍ଣ୍ଣ ହୋଇଯିବ। ସାଙ୍ଗମାନଙ୍କ ସହିତ ନୂଆ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।

ସମ୍ବନ୍ଧିତ ଖବର