ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଅଫିସ କାମରେ ଦୂର ସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ଅବସର ପ୍ରାପ୍ତ ହେବ।

ବୃଷ: କୌଣସି କ୍ଷେତ୍ରରେ ଜୀବନସାଥୀଙ୍କ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ ଲଗାଇବେ।

ମିଥୁନ: ଅଫିସରେ କାମର ବୋଝ ବଢ଼ିପାରେ। କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ସୁଯୋଗ ମିଳିବ।

କର୍କଟ: କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଖୁସିର ସହ ଜିନିଷପତ୍ର କିଣିବେ।

ସିଂହ: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀଙ୍କ ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା: ପରିବାର ଲୋକଙ୍କ ସହଯୋଗ ପାଇବେ। କିଛି ଜରୁରୀ ନିଷ୍ପତ୍ତି ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟ‌ାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ।

ତୁଳା: କୌଣସି କାମରେ ଅଧିକ ଯାଆସ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ।

ବିଛା: ଉନ୍ନତି ପାଇଁ ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ।

ଧନୁ: ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ କଂପାନିରେ ଚାକିରି ପାଇଁ ଡାକରା ଆସିପାରେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।

ମକର: ପୁରୁଣା କାମରୁ ଯଥେଷ୍ଟ ଲାଭ ପାଇବେ। କିଛି ନୂଆ ବନ୍ଧୁ ଗଢ଼ିବାର ସମ୍ଭାବନା ଅଛି। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।

କୁମ୍ଭ: ମହତ୍ତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ଅନୁକୂଳ ରହିବ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ।

ମୀନ: ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। କୌଣସି ବନ୍ଧୁ ଅଚାନକ ଘରକୁ ଆସିପାରନ୍ତି। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ।

ସମ୍ବନ୍ଧିତ ଖବର