ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

 

ମେଷ: ଆର୍ଥିକ ସ୍ଥିତି ସୁଦୃଢ଼ କରିବା ଲାଗି ଆପଣଙ୍କ ରଚନାତ୍ମକ କ୍ଷମତା ପ୍ରୟୋଗ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅଭିଜ୍ଞଙ୍କ ପରାମର୍ଶ ନିଅନ୍ତୁ। ପ୍ରେମ ଜୀବନ ଭଲ ହେବ।

 

ବୃଷ: ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

ମିଥୁନ: ଆତ୍ମବିଶ୍ବାସ ବଳରେ ଆପଣଙ୍କ କାମ ପୂରା କରିନେବେ। ବ୍ୟବସାୟ କାମ ପାଇଁ ଦୂର ସ୍ଥାନକୁ ଯିବେ। ଚାକିରି ବିଷୟରେ ଆପଣ ବହୁତ ସମ୍ବେଦନଶୀଳ ରହିବେ।

କର୍କଟ: ନିଜର ବକ୍ତବ୍ୟ ଉପରେ ସଂଯମ ରଖନ୍ତୁ। ଶିକ୍ଷାର୍ଥୀଙ୍କୁ ପରିଶ୍ରମ ଅନୁସାରେ ସଫଳତା ମିଳିବ। ଚାକିରିଆଙ୍କୁ ଭଲ ଫଳ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ପ୍ରେମୀଯୁଗଳଙ୍କୁ ଦିନଟି ଖୁସି ଦେବ।

ସିଂହ: ଆପଣଙ୍କର ବାକିଥିବା ସବୁ କାମ ପୂରା କରିପାରିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ପ୍ରଶଂସା ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ।

କନ୍ୟା: କାହାରି ମାମଲାରେ ଦଖଲ ଦେବାରୁ ନିବୃତ୍ତ ରୁହନ୍ତୁ। ବନ୍ଧୁ ଦେଇଥିବା ପରାମର୍ଶ ଗ୍ରହଣ କରିନିଅନ୍ତୁ। ପିଲାମାନଙ୍କ ପାଠପଢ଼ାକୁ ନେଇ ଆପଣ ସତର୍କ ରହିବା ଦରକାର।

 

ତୁଳା: କୋର୍ଟ କଚେରି ମାମଲାରେ ନିସ୍ତାର ପାଇବେ। ଇଂଜିନିୟରଙ୍କ ଲାଗି ଦିନଟି କିଛି ପରିବର୍ତ୍ତନ ଆଣିବ। ମାଆଙ୍କ ସ୍ବାସ୍ଥ୍ୟରେ ସୁଧାର ହେବ। ପ୍ରେମୀଯୁଗଳ ପରସ୍ପରଙ୍କ ଭାବନାକୁ ସମ୍ମାନ କରିବେ।

ବିଛା: ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ସବୁ ଅଶାନ୍ତିର ସମାଧାନ ବାହାରିବ। ଜୀବନସାଥୀଙ୍କ ସହ ସୁଖଦ ମୁହୂର୍ତ୍ତ ଅତିବାହିତ କରିବେ। ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ।

 

ଧନୁ: ଜୀବିକାରେ ଲାଗିରହିଥିବା ବାଧା ସମାପ୍ତ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ଉନ୍ନତି ମିଳିବ। ସୁସମ୍ବାଦ ପାଇବେ। ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ।

 

ମକର: ଆର୍ଥିକ ସ୍ଥିତି ଚିନ୍ତାଜନକ ରହିପାରେ। ଆପଣଙ୍କର ମାନ ସମ୍ମାନ ବଢ଼ିବ। ବିଦେଶୀ କଂପାନି ସହ ଚୁକ୍ତି ହେବାର ଯୋଗ ଅଛି। ବନ୍ଧୁଙ୍କୁ ଭେଟିବା ଲାଗି ତାଙ୍କ ଘରକୁ ଯିବେ।

 

କୁମ୍ଭ: ଅକାରଣରେ ଆରମ୍ଭ ହୋଇଥିବା ବାଧା ଆପେଆପେ ଶେଷ ହୋଇଯିବ। ଧର୍ମକାର୍ଯ୍ୟରେ ସହଯୋଗ ଦେବାର ଅବସର ପାଇବେ। ପିଲାମାନେ ନିଜର ମନକଥା ବାପା ମାଆଙ୍କୁ କହିବେ।

ମୀନ: ଦାମ୍ପତ୍ୟ ଜୀବନ ମଧୁରତାରେ ପୂର୍ଣ୍ଣ ରହିବ। ସଚ୍ଚୋଟ ଲୋକଙ୍କ ସହଯୋଗରେ ବଡ଼ ପ୍ରକଳ୍ପ ପୂରା କରିବେ। ନୂଆ ବ୍ୟବସାୟ ଆରମ୍ଭ ପୂର୍ବରୁ କାହାରି ପରାମର୍ଶ ନିଅନ୍ତୁ।

ସମ୍ବନ୍ଧିତ ଖବର