publive-imageମେଷ: ଆପଣଙ୍କ ମନରେ ନୂଆ ନୂଆ ବିଚାର ସୃଷ୍ଟି ହେବ। ଆଖପାଖର ଗତିବିଧି ଉପରେ ଦୃଷ୍ଟି ରଖନ୍ତୁ। ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ।

Advertisment

publive-imageବୃଷ: ପରିଶ୍ରମ ତୁଳନାରେ କମ୍ ଫଳ ମିଳିବ। ପୈତୃକ ସଂପତ୍ତିରୁ ଲାଭ ମିଳିପାରେ। ପାରିବାରିକ ଜୀବନ ସୁଖକର ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

publive-imageମିଥୁନ: ଆପଣଙ୍କ ଉପରେ ଘରର ମୁରବିଙ୍କ ଆଶୀର୍ବାଦ ରହିବ। ପୂର୍ବ ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହ ଆନନ୍ଦମୟ ସମୟ କାଟିବେ।

publive-imageକର୍କଟ: ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ।

publive-imageସିଂହ: ନିଜ ଭାଷରେ ନିୟନ୍ତ୍ରଣ ରଖନ୍ତୁ। ବିବାଦଠୁଁ ଦୂରରେ ରୁହନ୍ତୁ। ବ୍ୟବସାୟରେ ପରିଶ୍ରମ ଅନୁସାର ସନ୍ତୋଷଜନକ ଫଳ ପାଇବେ।

publive-imageକନ୍ୟା: ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍‍ଲାଇନ୍ ବ୍ୟବସାୟୀଙ୍କୁ ବଡ଼ ସୁଯୋଗ ମିଳିବ।

publive-imageତୁଳା: ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ହେବ। ବେପାର ବୃଦ୍ଧି ଲାଗି ମନପ୍ରାଣ ଢାଳି କାମ କରିବେ। ଘରେ ଅବିବାହିତ ଲୋକଙ୍କର ବିବାହ ପ୍ରସଙ୍ଗ ଉଠିବ।

publive-imageବିଛା: ଚାକିରିଆଙ୍କର କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀ ସହ ସମ୍ବନ୍ଧରେ ସୁଖ ବଢ଼ିବ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ କମ୍ ଲାଗିବ।

publive-imageଧନୁ: ବିବେକ ପ୍ରୟୋଗ କରି ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସଂପୂର୍ଣ୍ଣ କରିନେବେ। ବରିଷ୍ଠ ଆପଣଙ୍କ କାମକୁ ପ୍ରଶଂସା କରିବେ। ପ୍ରେମୀଯୁଗଳ ତର୍କ କରନ୍ତୁ ନାହିଁ।

publive-imageମକର: ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢ଼ିବ। ଘର ସଫା କରିବାରେ ଗୃହଣୀଙ୍କର ସମୟ ବିତିବ। ବଡ଼ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇପାରନ୍ତି।

publive-image

କୁମ୍ଭ: କୌଣସି କାମ କରିବା ପୂର୍ବରୁ ମୁରବିଙ୍କର ଆଶୀର୍ବାଦ ନିଅନ୍ତୁ। ଆପଣଙ୍କର ସୃଜନଶୀଳତା ବଢ଼ିବ। ସରକାରୀ ଚାକିରିଆଙ୍କର କାମ ବୋଝ ଅଧିକ ରହିବ।

publive-imageମୀନ: ଘରୋଇ ଚାକିରିଆଙ୍କ ଲାଗି ଦିନଟି ବହୁତ ଭଲ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ମହିଳାମାନଙ୍କ ଲାଗି ଦିନଟି ଆରାମଦାୟକ ରହିବ।