/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଆପଣଙ୍କର ସ୍ବଭାବ ଆଖପାଖର ବାତାବରଣକୁ ମଜାଦାର କରିବେ। କୌଣସି ବିଶେଷ କାର୍ଯ୍ୟ ଅତିଶୀଘ୍ର ସଂପୂର୍ଣ୍ଣ କରିବେ। ଜୀବନସାଥୀଙ୍କ ସହ ସମ୍ବନ୍ଧ ମଜଭୁତ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ମନ୍ଦିରକୁ ଯାଆନ୍ତୁ, ମନରେ ଆଶା ସଞ୍ଚାର ହେବ। ସରକାରୀ ଚାକିରିଆଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କଂପ୍ୟୁଟର ଇଂଜିନିୟରଙ୍କୁ ବିଦେଶରେ ଚାକିରିର ସୁଯୋଗ ମିଳିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: କ୍ୟାରିୟରରେ ମୋଡ଼ ପରିବର୍ତ୍ତନ ଲାଗି ଦିନଟି ଶୁଭ। ନୂଆ ଲୋକଙ୍କ ସହିତ ସଂପର୍କ ସ୍ଥାପନ ହେବ। କାରବାରରେ ବକେୟା ଅର୍ଥ ପାଇବେ। ପାରିବାରିକ ଦାୟିତ୍ବ ସଂପୂର୍ଣ୍ଣ କରିବେ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବ୍ୟବସାୟରେ ଲାଭ ହେବ। ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କର ଦରମା ବଢ଼ିପାରେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଅଧିକାରୀଙ୍କ ସହିତ ତାଳମେଳ ବଜାୟ ରଖନ୍ତୁ, ଲାଭ ହେବ। ପ୍ଲାଷ୍ଟିକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଲାଗି ରହିଥିବା ଚିନ୍ତା ସମାପ୍ତ ହେବ। ଅନ୍ତରଙ୍ଗ ବନ୍ଧୁ ସହ ବାହାରେ ଭୋଜନ କରିବେ। ଜରୁରୀ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରନ୍ତୁ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ପରିଶ୍ରମର ସଂପୂର୍ଣ୍ଣ ଫଳ ପାଇବେ। ଅଫିସରୁ ଘରକୁ ଫେରିବା ବାଟରେ ବନ୍ଧୁ ସହିତ ମନାନ୍ତର ହେବ। ଘରୋଇ ଜିନିଷ କିଣିବାରେ ଅଧିକ ପଇସା ଖର୍ଚ୍ଚ କରିପାରନ୍ତି।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଆପଣ ସକାରାତ୍ମକ ତରଙ୍ଗରେ ପୂର୍ଣ୍ଣ ରହିବେ। ଅନ୍ୟମାନଙ୍କ ସହ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ। କ୍ରିକେଟ୍ ଖେଳାଳିଙ୍କ ଲାଗି ଦିନଟି ଶୁଭ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ସକାରାତ୍ମକ ଭାବନା ଆପଣଙ୍କୁ ସଫଳତା ଆଡ଼କୁ ଆଗେଇ ନେଇଯିବ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ଅଫିସରେ ଆପଣଙ୍କ ପାଖରେ ଅଧିକ କାମ ରହିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବାପା ଓ ଭାଇଙ୍କର ସାହାଯ୍ୟ ପାଇବେ। ନୂଆ କାମ କରିପାରନ୍ତି। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ। ଶିକ୍ଷାର୍ଥୀ ଆଳସ୍ୟ ତ୍ୟାଗ କରନ୍ତୁ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ନୂଆ ଯୋଜନା ପ୍ରସ୍ତୁତ କରିବା ଲାଗି ଭଲ ଦିନଟିଏ। କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ମହତ୍ତ୍ବପୂର୍ଣ୍ଣ ରହିବ।
ମୀନ: ଅଧ୍ୟାପକଙ୍କ ଲାଗି ଧନଲାଭର ନୂଆ ମାର୍ଗ ଖୋଲିବ। ସମାରୋହକୁ ଯିବାର ଅବସର ପାଇବେ। କାହାରି ସହ କଥା ହେବାବେଳେ ଭାବିଚିନ୍ତି କଥା କୁହନ୍ତୁ।
Follow Us